ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ । .

ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

ଅଖିଳ ମୋହନ ପଟ୍ଟନାୟକ
ଜନ୍ମ ଓ ଜନ୍ମସ୍ଥାନ(1927-12-18)୧୮ ଡିସେମ୍ବର ୧୯୨୭
ମୃତ୍ୟୁ୨୯ ନଭେମ୍ବର ୧୯୮୨(1982-11-29) (ବୟସ ୫୪)
ବୃତ୍ତିଓକିଲାତି
ଭାଷାଓଡ଼ିଆ
ଜାତୀୟତାଭାରତୀୟ
ସାହିତ୍ୟ କୃତିଓ ଅନ୍ଧଗଳି
ପୁରସ୍କାରକେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଜୀବନ ସାଥିଜ୍ଞାନଦା ପଟ୍ଟନାୟକ
ସନ୍ତାନତିମିର ବରଣ ପଟ୍ଟନାୟକ, ଜୀମୂତ ବରଣ ପଟ୍ଟନାୟକ

ଅଖିଳମୋହନଙ୍କ ସମସାମୟିକ ସାହିତ୍ୟିକମାନେ ଗ୍ରାମାଞ୍ଚଳର ଜୀବନ ଆଧାରରେ ସେମାନଙ୍କ ସାହିତ୍ୟ ସୃଷ୍ଟି କରୁଥିଲା ବେଳେ ତାଙ୍କ ସାହିତ୍ୟର ମୁଖ୍ୟ ଉପଜୀବ୍ୟ ଥିଲା ସହରୀ ଜୀବନ । ୧୯୪୮ ମସିହାରେ, ତାଙ୍କର ପ୍ରଥମ ଗଳ୍ପ "ସପନ" ଶଙ୍ଖ ପତ୍ରିକାରେ ପ୍ରକାଶିତ ହୋଇଥିଲା । ୧୯୮୧ ମସିହାରେ ଓ ଅନ୍ଧଗଳି ପାଇଁ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା ।[୨] ତାଙ୍କ ଲିଖିତ ପୁସ୍ତକ ଗୁଡ଼ିକ ଇଂରାଜୀ ଏବଂ ଅନ୍ୟ ଭାରତୀୟ ଭାଷାରେ ଅନୁବାଦିତ ହୋଇସାରିଛି ।[୩] ଅଖିଳ ମୋହନ ଅଭିନୟରେ ମଧ୍ୟ ରୁଚି ରଖୁଥିଲେ । "ଜନତା ରଙ୍ଗମଞ୍ଚ"ର ପୁନରୁଦ୍ଧାର ଦିଗରେ, ସେ କାର୍ଯ୍ୟ କରିଥିଲେ । [୪]

ଅଖିଳ ମୋହନଙ୍କ ସ୍ମୃତିରେ ପ୍ରତିବର୍ଷ ତାଙ୍କ ଜନ୍ମବାର୍ଷିକି ୧୮ଡିସେମ୍ବର ଦିନ "ଅଖିଳ ଉତ୍ସବ" ପାଳନ କରାଯାଏ ।[୫]

ସାହିତ୍ୟ ସର୍ଜନା

  • ଓ ଅନ୍ଧଗଳି (ଗଳ୍ପ ସଂକଳନ)[୬]
  • ଝଡ଼ର ଇଗଲ ଓ ଧରଣିର କୃଷ୍ଣସାର (ଗଳ୍ପ ସଂକଳନ)- ୧୯୬୪
  • ଓ ଅନ୍ଧଗଳି - ୧୯୭୯
  • ନଦୀର ନାମ ଗଣତନ୍ତ୍ର (ଗଳ୍ପ ସଂକଳନ) - ୧୯୮୪
  • ପ୍ରଥମ ଓ ଶେଷ (ଗଳ୍ପ ସଂକଳନ) - ୧୯୯୦
  • ଅନ୍ୟ ଦେଶ (ଭ୍ରମଣ କାହାଣୀ)
  • ଅନାଗତ ଫାଲ୍‌ଗୁନ (ଚିଠି ସଂକଳନ)
  • ବାଘରାଣୀ ଖଇରୀ (ଜୀବନୀ ସଂକଳନ)
  • ଅନ୍ୟଦେଶ (ଭ୍ରମଣ ବୃତ୍ତାନ୍ତ)[୭]

ପୁରସ୍କାର ଓ ସମ୍ମାନ

  • କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୮୧(ଓ ଅନ୍ଧଗଳି ପାଇଁ)[୮]
  • ଝଙ୍କାର ପୁରସ୍କାର (କ୍ଷୁଦ୍ରଗଳ୍ପ), ୧୯୭୮ (ପ୍ରଜାତନ୍ତ୍ର ପ୍ରଚାର ସମିତି ପ୍ରଦତ୍ତ)[୯]

ଆଧାର

This article uses material from the Wikipedia ଓଡ଼ିଆ article ଅଖିଳ ମୋହନ ପଟ୍ଟନାୟକ, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply. (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 3.0 ରେ ଉପଲବ୍ଧ । Images, videos and audio are available under their respective licenses.
#Wikipedia® is a registered trademark of the Wiki Foundation, Inc. Wiki (DUHOCTRUNGQUOC.VN) is an independent company and has no affiliation with Wiki Foundation.

🔥 Trending searches on Wiki ଓଡ଼ିଆ:

ପ୍ରଧାନ ପୃଷ୍ଠାଏଲଓସି କାର୍ଗିଲନେପାଳରିଭାରୋକ୍ସାବାନଦେବସ୍ନାନ ପୂର୍ଣ୍ଣିମାଓଡ଼ିଆ ଭାଷାଓଡ଼ିଆ ସାହିତ୍ୟଜଗନ୍ନାଥଫକୀର ମୋହନ ସେନାପତିରଥଯାତ୍ରାଓଡ଼ିଶାଅଣସରସଚ୍ଚିଦାନନ୍ଦ ରାଉତରାୟରାଧାନାଥ ରାୟଗୋପୀନାଥ ମହାନ୍ତିଗୋଦାବରୀଶ ମିଶ୍ରଗଙ୍ଗାଧର ମେହେରଏ. ପି. ଜେ. ଅବଦୁଲ କଲାମଗୋପବନ୍ଧୁ ଦାସମହାପାତ୍ର ନୀଳମଣି ସାହୁଭାବନା କାନ୍ତଜଗନ୍ନାଥ ମନ୍ଦିରକଟକସାରଳା ଦାସକେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକାମନୋଜ ଦାସପରି ମଣିଓଡ଼ିଶାର ଲୋକନୃତ୍ୟବାଜି ରାଉତଲକ୍ଷ୍ମୀକାନ୍ତ ମହାପାତ୍ରମଧୁସୂଦନ ଦାସଭାରତସୁରେନ୍ଦ୍ର ମହାନ୍ତିପଠାଣି ସାମନ୍ତରଜଶାନ୍ତନୁ କୁମାର ଆଚାର୍ଯ୍ୟପ୍ରତିଭା ରାୟମେଘା ବର୍ମନଓଡ଼ିଆ ସାହିତ୍ୟର ଇତିହାସବନ୍ଦେ ଉତ୍କଳ ଜନନୀଗୁରୁ ପ୍ରସାଦ ମହାନ୍ତିନନ୍ଦିନୀ ଶତପଥୀଜଗନ୍ନାଥ ଦାସନବକଳେବରଗାନ୍ଧାରୀ (ମହାଭାରତ)ଭଗବତ ଗୀତାମହାତ୍ମା ଗାନ୍ଧୀକାଳିନ୍ଦୀ ଚରଣ ପାଣିଗ୍ରାହୀନିଜାମୀ ବନ୍ଧୁଉପେନ୍ଦ୍ର ଭଞ୍ଜକନକ ମଞ୍ଜରୀ ମହାପାତ୍ରଗିଢାଗୋଦାବରୀଶ ମହାପାତ୍ରଫତୁରାନନ୍ଦମଧୁସୂଦନ ରାଓବିଜ୍ଞାନଶ୍ରୀମନ୍ଦିରରେ ପାଳିତ ବିଶେଷ ନୀତିଓଡ଼ିଶାର ଇତିହାସଜ୍ଞାନପୀଠ ପୁରସ୍କାର🡆 More