ରାକ୍ଷୀ ପୂର୍ଣ୍ଣିମା: ଭାଇ ଭଉଣୀଙ୍କ ପର୍ବ

ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।

ରାକ୍ଷୀ ପୂର୍ଣ୍ଣିମା
ରାକ୍ଷୀ ପୂର୍ଣ୍ଣିମା: ପୁରାଣ ଓ ଇତିହାସ, ଏହି ଦିନରେ ପାଳନ କରାଯାଉଥିବା ଅନ୍ୟାନ୍ୟ ପର୍ବ ପର୍ବାଣି, ଆଧାର
ବିଭିନ୍ନ ପ୍ରକାର ରାକ୍ଷୀର ଛବିଗୁଡ଼ିକ
ଅନ୍ୟ ନାମଗହ୍ମା ପୂର୍ଣ୍ଣିମା, ଝୁଲଣ ପୂର୍ଣ୍ଣିମା
ପାଳନକାରୀହିନ୍ଦୁ, ଶିଖ
ତାରିଖଶ୍ରାବଣ ପୂର୍ଣ୍ଣିମା
୨୦୨୪ ତାରିଖ୧୯ ଅଗଷ୍ଟ (ସୋମବାର)
ସମ୍ପର୍କିତଭାଇ, ଭଉଣୀ ସଂପର୍କ

ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।

ପୁରାଣ ଓ ଇତିହାସ

ପୁରାଣ

ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି ।

  • ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ଼ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।
  • ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି।କାହାଣୀଟି କୃଷ୍ଣଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

ଇତିହାସ

ଇତିହାସରେ ମଧ୍ୟ ରହିଛି ରକ୍ଷାବନ୍ଧନ । ଯଦିଓ ଏହାପଛରେ ରହିଛି ରାଜନୈତିକ ଅଭିସନ୍ଧି, ତେବେ ବି ରାକ୍ଷୀ ବାନ୍ଧିଥିବା ଭଉଣୀର ସମ୍ମାନ ରକ୍ଷା ପାଇଁ ଭାଇ ପଛଘୁଞ୍ଚା ଦେଇନାହିଁ ।

  • ପ୍ରଥମ ଘଟଣାଟି ହେଲା ଖ୍ରୀଷ୍ଟପୂର୍ବ ୩୦୦ ବର୍ଷ ତଳର । ମାସିଡୋନିଆର ସମ୍ରାଟ ଆଲେକଜାଣ୍ଡାର ଭାରତ ଉପରେ ବିଜୟ ଲାଭ ପାଇଁ ଅଗ୍ରସର ହେଉଥିବା ବେଳେ ରାଜା ପୁରୁଙ୍କ ସମ୍ମୁଖୀନ ହେଇଥିଲେ । ପ୍ରଥମ ଥର ପୁରୁଙ୍କଠାରୁ ଆଲେକଜାଣ୍ଡାର ପରାସ୍ତ ହେଲେ, ସେତେବେଳେ ଆଲେକଜାଣ୍ଡାରଙ୍କ ପତ୍ନୀ ପୁରୁଙ୍କ ନିକଟକୁ ଏକ ରାକ୍ଷୀ ପ୍ରେରଣ କରିଥିଲେ। ପୁରୁ ତାଙ୍କୁ ନିଜର ଭଉଣୀ ଭାବେ ଗ୍ରହଣ କରିଥିଲେ ।
  • ଅନ୍ୟ ଘଟଣାଟି ହେଲା ରାଣୀ କର୍ଣ୍ଣାବତୀ ଓ ସମ୍ରାଟ ହୁମାୟୁନଙ୍କୁ ନେଇ । ମଧ୍ୟ ଯୁଗର ରାଜପୁତ ଯୋଦ୍ଧମାନେ ପରାକ୍ରମୀ ଥିଲେ । ସେମାନେ କୈଣସି ଆକ୍ରମଣକାରୀ ସତ ପ୍ରାଣ ଦେଇ ଲଢୁଥିଲେ । ଏମିତି ଏକ ଯୁଦ୍ଧରେ ଚିତୋରର ରାଣୀ କର୍ଣ୍ଣାବତୀ ସ୍ୱାମୀଙ୍କୁ ହରାଇବାପରେ ଯେତେବେଳେ ଅନୁଭବ କଲେ ଯେ,ସୁଲତାନ ବାହାଦୁରଶାହାଙ୍କୁ ପ୍ରତିହତ କରାଯାଇପାରିବ ନାହିଁ, ସେତେ ବେଳେ ସେ ଉପାୟଟିଏ ଚିନ୍ତାକଲେ । ମୋଗଲ ସମ୍ରାଟ ହୁମାୟୁନଙ୍କ ନିକଟକୁ ଏକ ରାକ୍ଷୀ ପଠେଇ ଦେଲେ । ହୁମାୟୁନ ମଧ୍ୟ ଏହାକୁ ଭଉଣୀର ସ୍ନେହ ମନେ କରି ଚିତୋରର ସୁରକ୍ଷାପାଇଁ ତୁରନ୍ତ ତାଙ୍କର ସୈନ୍ୟବାହିନୀ ପଠେଇଦେଇଥିଲେ ।

କଥାଚିତ୍ର

ଭାଇ-ଭଉଣୀର ସମ୍ପର୍କକୁ ନେଇ ଅନେକ ନାଟକ ଓ କଥାଚିତ୍ର ପ୍ରସ୍ତୁତ ହୋଇଛି । ଭଉଣୀର ସୁରକ୍ଷା ପାଇଁ ଭାଇ ନିଜର ସୁଖ ସୁବିଧା ମଧ୍ୟ ଭୁଲିଯାଏ । ଉଭୟ ଓଡ଼ିଆ ଓ ହିନ୍ଦୀ ସିନେମାରେ ଏଭଳି ଦୃଶ୍ୟ ରହିଛି, କେତେକ ସିନେମାରେ ରାକ୍ଷୀ ମାଧ୍ୟରେ ଏହି ଆବେଗ ଓ ତ୍ୟାଗର ଦୃଶ୍ୟ ଦର୍ଶକଙ୍କୁ ଦେଖାଇଦିଆଯାଇଛି । ଏମିତି କିଛି ସିନେମା ଆଉ ରାକ୍ଷୀ ଗୀତ ହେଲା - ଓଡ଼ିଆରେ ଚକା ଆଖି ସବୁ ଦେଖୁଛିରେ ରାକ୍ଷୀରେ ରାକ୍ଷୀ ତୁ ରହିଲୁ ସାକ୍ଷୀ, ରାକ୍ଷୀ ବାନ୍ଧିଲି ମୋ ରଖିବ ମାନର ଶୀର୍ଷକ ଗୀତ ଏବଂ ରାକ୍ଷୀ ଭିଜିଗଲା ଆଖି ଲୁହରେର ଶୀର୍ଷକ ଗୀତ ।

ହିନ୍ଦୀ ସିନେମା କାଜଲରେ ମେରେ ଭୈୟା ମେରେ ଚନ୍ଦା, ଅନପଢ଼ରେ ରଙ୍ଗ ବିରଙ୍ଗ ରାକ୍ଷୀ ଲୋକେ, ବେଇମାନରେ ୟେ ରାକ୍ଷୀ ବନ୍ଧନ ହୈ ଐସା ଏବଂ ରେଶମ କି ଡୋରୀରେ ବହେନ୍ ନେ ଭାଇ କି କଲାଇ ସେ ପରି ଅନେକ ଗୀତ ରହିଛି ।

ଏହି ଦିନରେ ପାଳନ କରାଯାଉଥିବା ଅନ୍ୟାନ୍ୟ ପର୍ବ ପର୍ବାଣି

ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥିଭାବେ ଗ୍ରହଣ କରାଯାଏ । ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ । ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି । ବ୍ରାହ୍ମଣମାନେ ଏହି ଦିନ ମନ୍ତୁରା ପଇତା ମଧ୍ୟ ପ୍ରଦାନ କରିଥାନ୍ତି, ଏହି ପଇତା ପିନ୍ଧିଲେ ବ୍ରହ୍ମରାକ୍ଷସ କବଳରୁ ମୁକ୍ତି ମିଳେ ବୋଲି ମଧ୍ୟ ବିଶ୍ୱାସ ରହିଛି ।

ବଳରାମ ଜୟନ୍ତୀ

କୃଷ୍ଣଙ୍କ ବଡ଼ ଭାଇ ଭଗବାନ ବଳରାମ ଏହି ଦିନ ଅବତୀର୍ଣ୍ଣ ହୋଇଥିଲେ, ତେଣୁ ଏହି ଦିନଟିକୁ ବଳରାମ ଜୟନ୍ତୀ ରୂପେ ପାଳନ କରାଯାଏ ।

ଗହ୍ମା ପୂର୍ଣ୍ଣିମା

ଏହି ଦିନ ସବୁ ପାଳିତ ପଶୁ ଗାଈ, ଗୋରୁ ଆଦିଙ୍କୁ ସଜାଯାଏ ଏବଂ ପୂଜା କରାଯାଏ । ବିଭିନ୍ନ ପ୍ରକାରର ପିଠା ଓ ମିଠା ତିଆରି କରାଯାଏ ଏବଂ ପରିବାର, ବନ୍ଧୁ ବାନ୍ଧବମାନଙ୍କ ମଧ୍ୟରେ ବଣ୍ଟାଯାଏ ।

ଝୁଲଣ ପୂର୍ଣ୍ଣିମା/ ଝୁଲଣ ଯାତ୍ରା

ଶ୍ରାବଣ ମାସରେ ଶୁକ୍ଳ ପକ୍ଷ ଦଶମୀଠାରୁ ଭାଦ୍ରବ ପ୍ରତିପଦ ପର୍ଯ୍ୟନ୍ତ ୭ଦିନ ଏହି ଝୁଲଣ ଯାତ୍ରା ପର୍ବ ପାଳନ କରାଯାଏ । ଭଗବାନ କୃଷ୍ଣ ଏବଂ ରାଧା ଏହି ବର୍ଷା ଋତୁରେ ଦୋଳି ଖେଳି ଆନନ୍ଦ ନେଇଥାନ୍ତି । ରାଧା କୃଷ୍ଣଙ୍କୁ ଝୁଲଣରେ ସଜାଯାଇ ଦୋଳି ଖେଳା ଯାଇଥାଏ ।

ଆଧାର

Tags:

ରାକ୍ଷୀ ପୂର୍ଣ୍ଣିମା ପୁରାଣ ଓ ଇତିହାସରାକ୍ଷୀ ପୂର୍ଣ୍ଣିମା ଏହି ଦିନରେ ପାଳନ କରାଯାଉଥିବା ଅନ୍ୟାନ୍ୟ ପର୍ବ ପର୍ବାଣିରାକ୍ଷୀ ପୂର୍ଣ୍ଣିମା ଆଧାରରାକ୍ଷୀ ପୂର୍ଣ୍ଣିମା ବାହାର ଲିଙ୍କରାକ୍ଷୀ ପୂର୍ଣ୍ଣିମା

🔥 Trending searches on Wiki ଓଡ଼ିଆ:

ବ୍ରାଉଜରବୁଦ୍ଧ ପୂର୍ଣ୍ଣିମାମାୟାଧର ମାନସିଂହ୨୦୧୪ଡାଉନ ସିଣ୍ଡ୍ରୋମମଙ୍ଗଳା ମନ୍ଦିର୯ ଫେବୃଆରୀପଣା ସଂକ୍ରାନ୍ତିଭକ୍ତ ଚରଣ ଦାସଇରା ମହାନ୍ତିସାତକଡ଼ି ହୋତାସୁନ୍ଦରଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)ଫୁଲବିଜ୍ଞାନଆଚାର୍ଯ୍ୟ ହରିହର୭ ଅପ୍ରେଲଅଷ୍ଟ୍ରେଲିଆଚନ୍ଦ୍ରଶେଖର ରଥତମନ୍ନା ବ୍ୟାସବ୍ରହ୍ମୋତ୍ରୀ ମହାନ୍ତିଗୁରୁ ପ୍ରସାଦ ମହାନ୍ତିଗୋପୀନାଥ ମହାନ୍ତିଇଷ୍ଟ୍ରାଡେଫାଇଲିନରଘୁନାଥ ପରିଚ୍ଛାଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳମହିମା ଧର୍ମକ୍ଲାଉଡ଼ ଟେକ୍ନୋଲୋଜିରସାୟନ ବିଜ୍ଞାନପଦାର୍ଥ ବିଜ୍ଞାନବି. ଆର. ଆମ୍ବେଦକରଭୃସଙ୍ଗ ଗଛବିଦ୍ୟାଳୟ୨ ଅପ୍ରେଲଭୁବନେଶ୍ୱର ରେଳ ଷ୍ଟେସନ୩୦ ଅପ୍ରେଲକେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକାଗୋଲୋକ ବିହାରୀ ଧଳରାସନ କାର୍ଡ଼ (ଭାରତ)ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟରଜଯକ୍ଷ୍ମା୧୭୯୫ପ୍ରାଣକୃଷ୍ଣ ପରିଜାମୁକ୍ତେଶ୍ୱର ଦେଉଳଦ୍ରୌପଦୀ ମୁର୍ମୁଉତ୍କଳ ବ୍ରାହ୍ମଣରାଜା ରାମମୋହନ ରାୟକୋରାପୁଟ (ଲୋକ ସଭା ନିର୍ବାଚନ ମଣ୍ଡଳୀ)ବୀଜାଣୁମ୍ୟାଲେରିଆWikisourceଓଡ଼ିଶା ସରକାରଜୈନ ଧର୍ମହଂକଂମଙ୍ଗଳ ପାଣ୍ଡେଭାରତୀୟ ମୁଦ୍ରାରାଜ୍ୟଜାପାନୀ ଭାଷାରାମାୟଣଯକୃତଫକୀର ମୋହନ ସେନାପତିବିଷମ କଟକ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)ବଲ୍ଲଭଭାଇ ପଟେଲଭାରତୀୟ ଜାତୀୟ କଂଗ୍ରେସ୧୯୭୦କାନାଡ଼ା୩ ଅଗଷ୍ଟମାଲଟାଭାରତର ଜାତୀୟ ପତାକାରେଭେନ୍‌ସା କଲିଜିଏଟ ସ୍କୁଲଜାଭା (ପ୍ରୋଗ୍ରାମିଂ ଭାଷା)🡆 More