ଗୋପବନ୍ଧୁ ଦାସ

ଉତ୍କଳମଣି ଗୋପବନ୍ଧୁ ଦାସ ଓଡ଼ିଶାର ଜଣେ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ ଥିଲେ । ସେ ଦୈନିକ ଓଡ଼ିଆ ଖବର କାଗଜ ସମାଜ ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ ।.

ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭ - ୧୭ ଜୁନ ୧୯୨୮) ଓଡ଼ିଶାର ଜଣେ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ ଥିଲେ । ସେ ଦୈନିକ ଓଡ଼ିଆ ଖବର କାଗଜ ସମାଜସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ ।[୨]

ଉତ୍କଳମଣି ପଣ୍ଡିତ

ଗୋପବନ୍ଧୁ ଦାସ
Gopabandhu Das 1964 stamp of India.jpg
ଗୋପବନ୍ଧୁଙ୍କ ଛବି ଥାଇ ପ୍ରକାଶିତ ୧୯୬୪ମସିହାର ଡାକ ଟିକଟ
ଜନ୍ମ(1877-10-09)୯ ଅକ୍ଟୋବର ୧୮୭୭
ସୁଆଣ୍ଡୋ, ପୁରୀ
ମୃତ୍ୟୁ୧୭ ଜୁନ ୧୯୨୮(1928-06-17) (ବୟସ ୫୦)
Satyabadi
Resting placeସତ୍ୟବାଦୀ
ଜାତୀୟତା ଭାରତୀୟ
ଅନ୍ୟ ନାମସ୍ୱଦେଶହିତୈଷୀ, ପଣ୍ତିତ ଗୋପବନ୍ଧୁ [୧]
ଶିକ୍ଷାବି.ଏଲ.
ପୁରାତନ ଛାତ୍ରରେଭେନ୍ସା ମହାବିଦ୍ୟାଳୟ
ଜଣାଶୁଣାସ୍ୱାଧୀନତା ସଂଗ୍ରାମୀ, କବି,
'ସମାଜ'ର ପ୍ରତିଷ୍ଠାତା
ଜୀବନସାଥୀଅପତୀ ଦେବୀ
Parent(s)ଦୈତାରି ଦାସ
ସ୍ୱର୍ଣ୍ଣମୟୀ ଦେବୀ

ଜୀବନୀ

ପ୍ରାରମ୍ଭିକ ଜୀବନ

ଗୋପବନ୍ଧୁ ଦାସ ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ଖୁବ ଅଳ୍ପ ବୟସ ହୋଇଥିବା ବେଳେ ତାଙ୍କ ମାତାଙ୍କର ମୃତ୍ୟୁ ହୋଇଯାଇଥିଲା ।

ସ୍କୁଲ

ମାତାଙ୍କ ମୃତ୍ୟୁ ପରେ ସେ ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର ରାମଚନ୍ଦ୍ର ଦାସଙ୍କ ସହିତ ପରିଚୟ ହୋଇଥିଲା ଓ ତାଙ୍କଠାରୁ ପରେ ସେ ଦେଶସେବା ବାବଦରେ ଶିକ୍ଷା ପାଇଥିଲେ । ୧୨ ବର୍ଷ ବୟସରେ ବିବାହ କରି ତାହା ପରେ ମଧ୍ୟ ସେ ପାଠପଢ଼ା ଜାରିରଖିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ କଟକର ରେଭେନ୍ସା ମହାବିଦ୍ୟାଳୟରେ ଅଧ୍ୟୟନ କଲେ ।

ସମାଜସେବା

ଗୋପବନ୍ଧୁ ଦାସ ପୁରୀରେ ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ ପୁରୀ ସେବା ସମିତି ପ୍ରତିଷ୍ଠା କରିଥିଲେ । ଏହି ସଂଗଠନର ସାଥୀମାନଙ୍କ ସହ ସେ ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର ଇତ୍ୟାଦି କାମ କରୁଥିଲେ ।[୩]

ସତ୍ୟବାଦୀ ବନ ବିଦ୍ୟାଳୟ

ଗୋପବନ୍ଧୁ ଦାସ ଆଧୁନିକ ଯୁଗର ପଞ୍ଚସଖାମାନଙ୍କ ମଧ୍ୟରୁ ଅନ୍ୟତମ । ମଧୁସୂଦନ ରାଓଙ୍କ ନିଷ୍ପତି କ୍ରମେ ତାଙ୍କ ନେତୃତ୍ୱରେ ପଞ୍ଚସଖାମାନେ ମିଶି ସାକ୍ଷୀଗୋପାଳର ବକୁଳ ଓ ଛୁରିଆନା କୁଞ୍ଜ ତଳେ 1909 ମସିହା କୁମାରପୂର୍ଣ୍ଣିମା ତିଥିରେ ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ ।ଏହା ପ୍ରଥମେ 19ଟି ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହୋଇଥିଲା। ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା ।[୪] ୧୯୧୮ରୁ ୧୯୨୦ ମଧ୍ୟରେ ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି ତାଙ୍କୁ ମର୍ମାହତ କରିଥିଲା । ସେ ଚୁଡ଼ା, ଚାଉଳ ଧରି ପ୍ରପୀଡ଼ିତ ଅଞ୍ଚଳରେ ବାଣ୍ଟିଥିଲେ ।

 
ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି

ଓଡ଼ିଆ ଭାଷା ଆନ୍ଦୋଳନ

କଟକରେ ଅଧ୍ୟୟନ ସମୟରେ ଓଡ଼ିଆ ଭାଷାର ବିଲୋପ ଚକ୍ରାନ୍ତ ବିରୋଧରେ ଗୋପବନ୍ଧୁଙ୍କ ସମେତ ଅନେକ ଓଡ଼ିଆ ନେତା ଆନ୍ଦୋଳନ ଆରମ୍ଭ କରିଥିଲେ । ସେ କର୍ତ୍ତବ୍ୟ ବୋଧିନୀ ସମିତି ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କରିଥିଲେ । ତାଙ୍କର ଆହ୍ୱାନ ଥିଲା "ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ" । ସେ ଓ ରାମଚନ୍ଦ୍ର ଦାଶ ରମ୍ଭାଠାରେ ଉତ୍କଳ ସମ୍ମିଳନୀର ପ୍ରଥମ ଅଧିବେଶନ ପରିଚାଳନା କରିଥିଲେ । ସେ ୧୯୦୩ରେ ମଧୁସୂଦନ ଦାସଙ୍କଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ସକ୍ରିୟ ଭାବେ ଭାଗନେଇଥିଲେ । ଏହି ଆନ୍ଦୋଳନ କ୍ରମେ ତୀବ୍ର ହୋଇ ୧୯୩୬ରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଦିଗକୁ ମୁହାଁଇଥିଲା ।

କଲେଜ

ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ କଲେ ଓ ତାହାପରେ କଲିକତାରେ ବିଏଲ ପଢ଼ିଲେ । କଲିକତାରୁ ଫେରି ଗୋପବନ୍ଧୁ ଦାସ ବାଲେଶ୍ୱର ଜିଲ୍ଲାର ନୀଳଗିରିଠାରେ ଶିକ୍ଷକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ।[୫]

କଲିକତାରେ ଶ୍ରମିକ ପାଇଁ କାର୍ଯ୍ୟ

କଲିକତାରେ ବିଏଲ ପଢ଼ିବା ସମୟରେ ପ୍ରବାସୀ ଓଡ଼ିଆ ଶ୍ରମିକମାନଙ୍କ ସହାୟତା ନିମନ୍ତେ ସେ "ଓଡ଼ିଆ ଶ୍ରମିକ ସଂଘ" ଓ "ସାନ୍ଧ୍ୟ ବିଦ୍ୟାଳୟ" ପ୍ରତିଷ୍ଠା କରିଥିଲେ ।

ପରିବାର

ମାତ୍ର ୧୨ ବର୍ଷ ବୟସରେ ସେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରେ ପଢ଼ୁଥିବା ସମୟରେ ତାଙ୍କ ପିତାଙ୍କ ଦେହାନ୍ତ ହୋଇଥିଲା । ୧୯୦୩ରେ ଉତ୍କଳ ସମ୍ମିଳନୀରେ ସକ୍ରିୟ ଭାବେ ଭାଗ ନେଇ ଓଡ଼ିଆ ଭାଷା ଆନ୍ଦୋଳନରେ ଯୋଗଦାନ ସମୟରେ ତାଙ୍କର ପ୍ରଥମ ପୁତ୍ରଙ୍କର ମୃତ୍ୟୁ ଘଟିଥିଲା । କଲିକତାରେ ବିଏଲ ପଢ଼ୁଥିବା ବେଳେ ତାଙ୍କର ଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା । ଏହା ପରେପରେ ସେ ବିଏଲ ପାସ କରିବା ଖବର ପାଇବା ଦିନ ତାଙ୍କ ପତ୍ନୀଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା ।

ସମାଜ ସମ୍ବାଦପତ୍ର

ଓଡ଼ିଶା ଲୋକଙ୍କର ଦୁର୍ଦ୍ଦଶା, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଅହିଂସା ଆନ୍ଦୋଳନ, ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ଓ ଭାରତୀୟ ଜାତୀୟ କଂଗ୍ରେସର ଆଭିମୁଖ୍ୟ ପ୍ରଚାର ତଥା ଜନସାଧାରଣଙ୍କୁ ଅବଗତ କରାଇବା ନିମନ୍ତେ ସେ ୧୯୧୯ ଅକ୍ଟୋବର ମାସ ୪ ତାରିଖ ଦଶହରା ତିଥିରେ ସାପ୍ତାହିକ "ସମାଜ" ଖବରକାଗଜ ପ୍ରକାଶ କରିଥିଲେ ।[୬] ପ୍ରଥମେ ଏହା ୧୯୧୯ ମସିହାରେ ସତ୍ୟବାଦୀରୁ, ୧୯୨୪ ମସିହାରେ ପୁରୀରୁ ଓ ଶେଷରେ ୧୯୨୭ ମସିହାରେ କଟକରୁ ପ୍ରକାଶିତ ହେଉଥିଲା । ସମାଜର ପ୍ରଥମ ସମ୍ପାଦକୀୟରେ ସେ ସମାଜର ସକଳ ଶ୍ରେଣୀ ମାନବଙ୍କର ସ୍ନେହ, ପ୍ରୀତି ଓ ସଦିଚ୍ଛା କାମନାକରିଥିଲେ । ୧୯୩୦ରେ "ସମାଜ" 'ସାପ୍ତାହିକରୁ ଦୈନିକ ଖବରକାଗଜରେ ପରିଣତ ହୋଇଥିଲା । ଲୋକମାନଙ୍କ ଉପରେ ପୁଲିସର ମାତ୍ରାଧିକ ବଳପ୍ରୟୋଗ ଓ ଇଂରେଜ ସରକାରଙ୍କ ଅବିଚାର ସମ୍ପର୍କରେ ସମାଜରେ ସମ୍ବାଦ ପ୍ରକାଶ କରିବା ପରେ ଇଂରେଜ ସରକାର ତାଙ୍କୁ ୧୯୨୨ ମସିହାରେ କାରାବଦ୍ଧ କରିଥିଲେ ।

ସାହିତ୍ୟ ରଚନା

କାରାଗାରରେ ଥିବା ବେଳେ ସେ "କାରାକବିତା" ଓ "ବନ୍ଦୀର ଆତ୍ମକଥା" ନାମରେ ଦୁଇଟି କାବ୍ୟଗ୍ରନ୍ଥ ରଚନା କରିଥିଲା । ୧୯୨୪ରେ ଜେଲରୁ ଖଲାସ ହେବାପରେ କଟକଠାରେ ଅନୁଷ୍ଠିତ ଏକ ବିଶାଳ ସମ୍ବର୍ଦ୍ଧନା ସଭାରେ ବୈଜ୍ଞାନିକ ଆଚାର୍ଯ୍ୟ ପ୍ରଫୁଲ୍ଲ ଚନ୍ଦ୍ର ରାୟ ତାଙ୍କୁ "ଉତ୍କଳମଣି" ବୋଲି ସମ୍ବୋଧନ କରିଥିଲେ ।[୭] ସେଠାରେ ଉପସ୍ଥିତ ଜନତା କରତାଳି ମାଧ୍ୟମରେ ଏହି ଉପାଧୀକୁ ସ୍ୱୀକୃତି ଦେଇଥିଲେ ।

ଲୋକସେବକ ମଣ୍ଡଳରେ ସଦସ୍ୟତା

ଗୋପବନ୍ଧୁ ଦାସଙ୍କ ଦେଶସେବାରେ ଅବଦାନ ପାଇଁ ଲାଲା ଲାଜପତ ରାୟ ତାଙ୍କୁ ଲୋକସେବକ ମଣ୍ଡଳର ଆଜୀବନ ସଦସ୍ୟ ରୂପେ ଗ୍ରହଣକରିଥିଲେ । ପରେ ସେ ଏହି ଅନୁଷ୍ଠାନର ଉପାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ ।

ରାଜନୀତିରେ ଅଂଶଗ୍ରହଣ

ମଧୁସୂଦନ ଦାସଙ୍କ ପ୍ରେରଣାରୁ ସେ ୧୯୧୭ରୁ ୧୯୨୧ ପର୍ଯ୍ୟନ୍ତ ବିହାର-ଓଡ଼ିଶା ବିଧାନ ସଭାର ସଦସ୍ୟ ରୂପେ ନିର୍ବାଚିତ ହୋଇଥିଲେ । ୧୯୨୧ ମସିହାରେ ସେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ଅଧ୍ୟକ୍ଷ ହୋଇଥିଲେ।

ମୃତ୍ୟୁ

୧୯୨୮ ମସିହାରେ ଲୋକସେବକ ମଣ୍ଡଳର ବୈଠକରେ ଯୋଗଦାନ କରିବା ପାଇଁ ଲାହୋର ଯିବା ବାଟରେ ସେ କଲିକତାଠାରେ ଆନ୍ତ୍ରିକ ଜ୍ୱରରେ ଆକ୍ରାନ୍ତ ହୋଇ ସତ୍ୟବାଦୀ ଫେରିଆସିଥିଲେ । ଏହାପରେ ଧୀରେଧୀରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା । ୧୯୨୮ ମସିହା ଜୁନ ୧୭ ତାରିଖ ରବିବାର ସନ୍ଧ୍ୟା ୭ଟା ୨୫ମିନିଟରେ ତାଙ୍କର ମୃତ୍ୟୁ ହୋଇଥିଲା ।[୮][୯] ମୃତ୍ୟୁର ଦୁଇ ଘଣ୍ଟା ଆଗରୁ ସେ ନିଜ ଇଚ୍ଛାପତ୍ରରେ ସମାଜ ଓ ସତ୍ୟବାଦୀ ପ୍ରେସର ପରିଚାଳନା ଭାର ଲୋକସେବକ ମଣ୍ଡଳକୁ ଅର୍ପଣ କରିଥିଲେ ।

ରଚନାବଳୀ

  • ଅବକାଶ ଚିନ୍ତା (୧୮୯୯)
  • କାରାକବିତା
  • ବନ୍ଦୀର ଆତ୍ମକଥା
  • ଧର୍ମପଦ
  • ବ୍ରହ୍ମତତ୍ତ୍ବ ବା ନଚିକେତା ଉପାଖ୍ୟାନ
  • ଗୋମାହାତ୍ମ୍ୟ
  • ଓଡ଼ିଆର ଜାତୀୟତା (ପ୍ରବନ୍ଧ)

ଆଧାର

ଅଧିକ ତଥ୍ୟ

  • Gopabandhu in Orissa Review * September - October - 2006 e-magazine published by Govt. of Orissa
  • Online version of 'The Samaja' Originally Founded by Utkalamani Gopabandhu Das in the year 1919
  • Utkalamani Pundit Gopabandhu Das- a life history

This article uses material from the Wikipedia ଓଡ଼ିଆ article ଗୋପବନ୍ଧୁ ଦାସ, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply. (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 3.0 ରେ ଉପଲବ୍ଧ । Images, videos and audio are available under their respective licenses.
#Wikipedia® is a registered trademark of the Wiki Foundation, Inc. Wiki (DUHOCTRUNGQUOC.VN) is an independent company and has no affiliation with Wiki Foundation.

🔥 Trending searches on Wiki ଓଡ଼ିଆ:

ପ୍ରଧାନ ପୃଷ୍ଠାଏଲଓସି କାର୍ଗିଲନେପାଳରିଭାରୋକ୍ସାବାନଦେବସ୍ନାନ ପୂର୍ଣ୍ଣିମାଓଡ଼ିଆ ଭାଷାଓଡ଼ିଆ ସାହିତ୍ୟଜଗନ୍ନାଥଫକୀର ମୋହନ ସେନାପତିରଥଯାତ୍ରାଓଡ଼ିଶାଅଣସରସଚ୍ଚିଦାନନ୍ଦ ରାଉତରାୟରାଧାନାଥ ରାୟଗୋପୀନାଥ ମହାନ୍ତିଗୋଦାବରୀଶ ମିଶ୍ରଗଙ୍ଗାଧର ମେହେରଏ. ପି. ଜେ. ଅବଦୁଲ କଲାମଗୋପବନ୍ଧୁ ଦାସମହାପାତ୍ର ନୀଳମଣି ସାହୁଭାବନା କାନ୍ତଜଗନ୍ନାଥ ମନ୍ଦିରକଟକସାରଳା ଦାସକେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକାମନୋଜ ଦାସପରି ମଣିଓଡ଼ିଶାର ଲୋକନୃତ୍ୟବାଜି ରାଉତଲକ୍ଷ୍ମୀକାନ୍ତ ମହାପାତ୍ରମଧୁସୂଦନ ଦାସଭାରତସୁରେନ୍ଦ୍ର ମହାନ୍ତିପଠାଣି ସାମନ୍ତରଜଶାନ୍ତନୁ କୁମାର ଆଚାର୍ଯ୍ୟପ୍ରତିଭା ରାୟମେଘା ବର୍ମନଓଡ଼ିଆ ସାହିତ୍ୟର ଇତିହାସବନ୍ଦେ ଉତ୍କଳ ଜନନୀଗୁରୁ ପ୍ରସାଦ ମହାନ୍ତିନନ୍ଦିନୀ ଶତପଥୀଜଗନ୍ନାଥ ଦାସନବକଳେବରଗାନ୍ଧାରୀ (ମହାଭାରତ)ଭଗବତ ଗୀତାମହାତ୍ମା ଗାନ୍ଧୀକାଳିନ୍ଦୀ ଚରଣ ପାଣିଗ୍ରାହୀନିଜାମୀ ବନ୍ଧୁଉପେନ୍ଦ୍ର ଭଞ୍ଜକନକ ମଞ୍ଜରୀ ମହାପାତ୍ରଗିଢାଗୋଦାବରୀଶ ମହାପାତ୍ରଫତୁରାନନ୍ଦମଧୁସୂଦନ ରାଓବିଜ୍ଞାନଶ୍ରୀମନ୍ଦିରରେ ପାଳିତ ବିଶେଷ ନୀତିଓଡ଼ିଶାର ଇତିହାସଜ୍ଞାନପୀଠ ପୁରସ୍କାର🡆 More