ଦେବସ୍ନାନ ପୂର୍ଣ୍ଣିମା

ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।

ଦେବସ୍ନାନ ପୂର୍ଣ୍ଣିମା
ଦେବସ୍ନାନ ପୂର୍ଣ୍ଣିମା
ନାମସ୍ନାନ ପୂର୍ଣ୍ଣିମା
ଅନ୍ୟ ନାମସ୍ନାନଯାତ୍ରା
ପାଳନକାରୀଓଡ଼ିଆ
ବିଶେଷତାଜଗନ୍ନାଥଙ୍କ ଜନ୍ମଦିନ
ତାରିଖଜ୍ୟେଷ୍ଠ ପୂର୍ଣ୍ଣିମା
୨୦୨୨ ତାରିଖ୧୪ ଜୁନ (ମଙ୍ଗଳବାର)
୨୦୨୩ ତାରିଖ୪ ଜୁନ (ରବିବାର)

ଇତିହାସ

ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ ।

ଉପଚାର ବିଧି

ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସାଧାରଣ ଦିନପରି ଶ୍ରୀମନ୍ଦିରରେ କବାଟଫିଟା, ପାହାନ୍ତିଆ ଅବକାଶ, ଗୋପାଳବଲ୍ଲଭ,ସକାଳଧୂପ, ଦ୍ୱିପ୍ରହରଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ୱଳ୍ପସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ । ଏହିଦିନ କୋଠ ସିଆଁସିଆ ମନ୍ଦିରରେ ପ୍ରବେଶ କରନ୍ତି ଓ ପହଣ୍ଡି ପାଇଁ ଚାରମାଳ ବାନ୍ଧନ୍ତି l ପ୍ରଭୁଙ୍କର ସେନାପଟା ଓ ବାହୁଟିନାଗି ହୁଏ । ରତ୍ନ ସିଂହାସନ ଉପରେ ମଙ୍ଗଳାର୍ପଣ କରାଯାଏ ।

ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ (ବ୍ରାହ୍ମଣ ଗୋଷ୍ଠୀର ସେବକ) ବିଜେ କରାଇଥାନ୍ତି । ପହଣ୍ଡି ବିଜେ ସମୟରେ ସାତ ପାହଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି । ଏହି ସାତପାହଚ ଉପରେ ଟାହ୍ୟାନାଗି ହେବାପରେ ଦ୍ୱିତୀୟ ମଙ୍ଗଳାର୍ପଣ ହୁଏ । ତା ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ନାଗି କରାଯାଏ । ତା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି l ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି l ଗରାବଡୁ ସୁବର୍ଣ୍ଣକଳସ ଧରି ଶିତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ୱର୍ଣ୍ଣକୂପରୁ ଜଳ ଆଣନ୍ତି । ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ' ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ୱାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ l ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ "ପ୍ରତ୍ୟେକ୍ଷ ଅବକାଶ" କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ । ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ ।

ତାପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତି ସ୍ଥାପନା କରାଯାଏ । ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମାଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦିର୍ଘ ୧୫ ଦିନ ଧରି ଜ୍ୱରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।

ଗଜବେଶ

ଦେବସ୍ନାନ ପୂର୍ଣ୍ଣିମା
ଗଜାନନ ବେଶ
ଦେବସ୍ନାନ ପୂର୍ଣ୍ଣିମା
୨୦୧୯ ମସିହାରେ ଅନୁଷ୍ଠିତ ସ୍ନାନପୂର୍ଣ୍ଣିମାରେ ବଳଭଦ୍ର, ସୁଭଦ୍ରା ଏବଂ ଶ୍ରୀଜଗନ୍ନାଥଙ୍କର ଗଜାନନ ବେଶ

ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକ କିମ୍ବଦନ୍ତୀ ନିହିତ । ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।

ଆଧାର

This article uses material from the Wiki ଓଡ଼ିଆ article ଦେବସ୍ନାନ ପୂର୍ଣ୍ଣିମା, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply. (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 4.0 ରେ ଉପଲବ୍ଧ । Images, videos and audio are available under their respective licenses.
#Wikipedia® is a registered trademark of the Wiki Foundation, Inc. Wiki ଓଡ଼ିଆ (DUHOCTRUNGQUOC.VN) is an independent company and has no affiliation with Wiki Foundation.

Tags:

ଇତିହାସ ଦେବସ୍ନାନ ପୂର୍ଣ୍ଣିମା

ଉପଚାର ବିଧି ଦେବସ୍ନାନ ପୂର୍ଣ୍ଣିମା

ଗଜବେଶ ଦେବସ୍ନାନ ପୂର୍ଣ୍ଣିମା

ଗଜାନନ ବେଶ

ତିଥି

ପୁରୀ

ରଥଯାତ୍ରା

🔥 Trending searches on Wiki ଓଡ଼ିଆ:

ପ୍ରଧାନ ପୃଷ୍ଠାଉଇକିକମନ୍ସବ୍ୟାଡ଼ମିଣ୍ଟନଟୋଫାସିଟିନିବ୧୮୧ଅଙ୍ଗ୍ୱୀଲାରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟଯୁକ୍ତରାଷ୍ଟ୍ର ଆମେରିକାଉସେନ ବୋଲ୍ଟଆଫଗାନିସ୍ତାନଜୟଦ୍ରଥ ସୁନାଡୋନାଲ୍ଡ ଟ୍ରମ୍ପଚନ୍ଦ୍ରଯାନ-୩ରାଧାନୂଆଖାଇଫକୀର ମୋହନ ସେନାପତିକଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ୍)ଜଗନ୍ନାଥ ଦାସମନୋଜ ଦାସସରଳା ଦେବୀରାଧାଷ୍ଟମୀଗୋପୀନାଥ ମହାନ୍ତିଗୋପବନ୍ଧୁ ଦାସଭାରତଓଡ଼ିଆ ଭାଷାଗଙ୍ଗାଧର ମେହେରଜାଭା (ପ୍ରୋଗ୍ରାମିଂ ଭାଷା)ମନୀଷା ଗିରୋତ୍ରାରାଧାନାଥ ରାୟଓଡ଼ିଶାଓଡ଼ିଆ ସାହିତ୍ୟଏସ୍୩ ମୁଭିଜ୍ଗଣେଶ ପୂଜାଓଡ଼ିଶା ବିଧାନ ସଭାଚନ୍ଦ୍ରଶେଖର ରଥସୁରେନ୍ଦ୍ର ମହାନ୍ତିଅପରେଟିଙ୍ଗ ସିଷ୍ଟମଗୋଦାବରୀଶ ମିଶ୍ରରମାକାନ୍ତ ରଥପ୍ରତିଭା ରାୟଡେଙ୍ଗୁ ଜରପ୍ରଥମ ଭାସ୍କରମଧୁସୂଦନ ଦାସମହାତ୍ମା ଗାନ୍ଧୀଚିଲିକା ହ୍ରଦକାଳୀଚରଣ ପଟ୍ଟନାୟକପ୍ରମିଳା ମଲ୍ଲିକସୁରେନ୍ଦ୍ରନାଥ ଶତପଥୀଜଗନ୍ନାଥସାରଳା ଦାସଉପେନ୍ଦ୍ର ଭଞ୍ଜଜଗନ୍ନାଥ ମନ୍ଦିରମଧୁସୂଦନ ରାଓବିଜୟ ମିଶ୍ରନନ୍ଦିନୀ ଶତପଥୀରାଧାମୋହନ ଗଡ଼ନାୟକଦଣ୍ଡ ନାଟଗୀତଗୋବିନ୍ଦମନୋରଞ୍ଜନ ଦାସଗଣେଶଓଡ଼ିଆକାଳିନ୍ଦୀ ଚରଣ ପାଣିଗ୍ରାହୀରାଶି ଓ ନକ୍ଷତ୍ରମହାପାତ୍ର ନୀଳମଣି ସାହୁ🡆 More