ବସନ୍ତ (ଇଂରାଜୀ ଭାଷାରେ smallpox) ଏକ ସଂକ୍ରମକ ରୋଗ (infectious disease) ଏକ ଭୁତାଣୁର ଦୁଇ ପ୍ରକାର ଭାରିଆଣ୍ଟ ଭାରିଓଲା ମେଜର ଓ ଭାରିଓଲା ମାଇନର (Variola major and Variola minor) ଯୋଗୁ ସଂଘଟିତ ହୁଏ । ବସନ୍ତ ରୋଗ ଏକ ନିର୍ମୁଳିତ ସଂକ୍ରାମକ ରୋଗ (Eradicated) ଓ ଏହାର ଶେଷ ରୋଗୀ ୧୯୭୭ରେ ଚିହ୍ନଟ ହୋଇଥିଲା ଯାହାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (World Health Organization) ସନ ୧୯୮୦ରେ ଏହି ସାର୍ଟିଫିକେଟ ଦେଇଥିଲେ । ପିଲାମାନେ ସଂକ୍ରମିତ ହେବା ପରେ ମୃତ୍ୟୁ ସଙ୍କଟ ପ୍ରାୟ ୩୦% ରହୁଥିଲା । ବଞ୍ଚିଯାଉଥିବା ରୋଗୀର ଚର୍ମରେ କ୍ଷତଦାଗ ରହିଯାଉଥିଲା ଓ ଅନ୍ଧ (blind) ହେବା ସମ୍ଭାବନା ରହୁଥିଲା ।
ବସନ୍ତ ରୋଗ | |
---|---|
ଭାରିଓଲା (Variola), ଭାରିଓଲା ଭେରା (variola vera), ପକ୍ସ (pox), ରେଡ ପ୍ଲେଗ (red plague) | |
ବିଭାଗ | ସଂକ୍ରାମକ ରୋଗ (Infectious disease) |
ଲକ୍ଷଣ | ପ୍ରାରମ୍ଭରେ: ଜ୍ୱର, ବାନ୍ତି (vomiting), ପାଟି ଘାଆ ପରବର୍ତ୍ତୀ: ତରଳ ପଦାର୍ଥ ଭରା ଫୋଟିକା (blisters) ଯାହା ଶୁଖି ଆସିଲା ବେଳେ ତା ଉପରେ ସ୍କାବ ହୋଇଯାଏ (scab) |
ଆକ୍ରାନ୍ତ ସମୟ | ସଂସ୍ପର୍ଶରେ ଆସିବାର ୧ରୁ ୩ ସପ୍ତାହ ମଧ୍ୟରେ । |
ଅବଧି | ପ୍ରାୟ ୪ ସପ୍ତାହ |
କାରଣ | ଭୁତାଣୁ (Variola major, Variola minor) ଡିଆଁ ରୋଗ |
ରୋଗ ନିର୍ଣ୍ଣୟ ପଦ୍ଧତି | ଲକ୍ଷଣ ଅନୁସାରେ, ପିସିଆର (PCR) ସାହାଯ୍ୟରେ ନିଧାର୍ଯ୍ୟ କରାଯାଏ । |
ସଠିକ ରୋଗ ନିର୍ଣ୍ଣୟ | ହାଡ଼ଫୁଟି, ଇମ୍ପେଟିଗୋ (impetigo, ମୋଲୁସ୍କମ କୋଣ୍ଟାଜିଓସମ, ମଙ୍କିପକ୍ସ |
ପ୍ରତିକାର | ବସନ୍ତ ଟିକା Smallpox vaccine |
ଚିକିତ୍ସା | ସହାୟକ ଯତ୍ନ (Supportive care) |
Prognosis | ମୃତ୍ୟୁ ସଙ୍କଟ ପ୍ରାୟ ୩୦% |
ପୁନଃପୌନିକ | ନିର୍ମୁଳିତ ସଂକ୍ରାମକ ରୋଗ (Eradicated |
ବସନ୍ତର ପ୍ରାଥମିକ ଲକ୍ଷଣ ଜ୍ୱର ଓ ବାନ୍ତିରୁ ଆରମ୍ଭ ହୁଏ । ଏହା ପରେ ପାଟି ଘାଆ (sores) ଓ ଚର୍ମ ରାସ (skin rash) ଦେଖାଯାଏ । କିଛି ଦିନ ମଧ୍ୟରେ ରାସ ପରିବର୍ତ୍ତିତ ହୋଇ ଫୋଟକାରେ (bumps) ପରିଣତ ହୁଏ ଯାହାର ମଝିରେ ଗୋଟିଏ କ୍ଷୁଦ୍ର ଗାତ ଥାଏ । ଏହା ପରେ ଘାଆ ଶୁଖିବାକୁ ଆରମ୍ଭ କରି ସ୍କାବ (scabbed) ମାଡ଼ିଯାଏ ଓ ପରେ ଏହା ବାହାରି ଯାଇ ଚମରେ ସ୍କାର (scars) ରହିଯାଏ । ଏହି ରୋଗ ମାନବରୁ ମାନବକୁ ବା ସଂକ୍ରମିତ ପଦାର୍ଥ ସଂସ୍ପର୍ଶ ହେଲେ ବ୍ୟାପିଯାଏ । ବସନ୍ତ ଟିକା (smallpox vaccine) ସାହାଯ୍ୟରେ ଏହା ପ୍ରତିଷେଧ କରାଯାଏ । ରୋଗ ଥରେ ଆରମ୍ଭ ହୋଇଗଲେ କେତେକ ଭୁତାଣୁ ବିରୋଧୀ ଔଷଧ (antiviral medication) ସାହାଯ୍ୟ କରିପାରେ ।
ଏହି ରୋଗ କେବେ ଆରମ୍ଭ ହେଲା, ସେ ବିଷୟ ଅନ୍ଧକାରରେ ଅଛି । ପ୍ରଥମ ତଥ୍ୟ ଖ୍ରୀ:ପୂ: ୩ୟ ଶତାବ୍ଦୀରେ ମିଶରୀୟ ମମିଙ୍କ (Egyptian mummies) ଦେହରେ ଥିବା ଦେଖାଯାଇଛି । ଏହା ପୂର୍ବରୁ ମଡ଼କ ଆକାରରେ ଆବିର୍ଭାବ ହେଉଥିଲା । ଅଷ୍ଟାଦଶ ଶତାବ୍ଦୀରେ ୟୁରୋପରେ ଏହି ରୋଗରେ ପ୍ରାୟ ଚାରି ଲକ୍ଷ ଲୋଗ ପ୍ରାଣତ୍ୟାଗ କରିଥିଲା ଓ ତାଙ୍କ ମଧ୍ୟରୁ ଏକ ତୃତୀୟାଂଶ ଲୋକ ଅନ୍ଧ ହୋଇଯାଇଥିଲେ । ଏହି ମୃତକମାନଙ୍କ ମଧ୍ୟରେ ଅତି କମ୍ରେ ୫ ଜଣ ସମ୍ରାଟ (monarch) ଥିଲେ । ବିଂଶ ଶତାବ୍ଦୀରେ ପ୍ରାୟ ୩୦୦-୫୦୦ ବ୍ୟକ୍ତି ମରିଥିଲେ । ସନ ୧୯୬୭ରେ ପ୍ରାୟ ୧୫ ନିୟୁତ ଲୋକ ଆକ୍ରାନ୍ତ ହୋଇଥିଲେ ।
ସନ ୧୭୯୮ରେ ଏଡୱାର୍ଡ଼ ଜେନର (Edward Jenner) ପ୍ରଥମେ ବସନ୍ତ ଟିକା (vaccination) ଆବିଷ୍କାର କରିଥିଲେ । ସନ ୧୯୬୭ରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (World Health Organization) ବସନ୍ତ ରୋଗକୁ ସନିର୍ମୁଳେ ବିନାସ କରିବାକୁ ପ୍ରୟାସ ଆରମ୍ଭ କରେ । ବସନ୍ତ ଓ ରିଣ୍ଡରପେସ୍ଟ ନାମକ ଆଉ ଏକ ସଂକ୍ରାମକ ରୋଗ ସନ ୨୦୧୧ରେ ଧରାପୃଷ୍ଠରୁ ନିର୍ମୁଳ କରାଯାଇଥିଲା । ଇଂଲଣ୍ଡରେ ସିଫିଲିସ ରୋଗକୁ ପୂର୍ବରୁ ଗ୍ରେଟପକ୍ସ ନାମ ଦିଆଯାଉଥିଲା ଓ ବସନ୍ତ ରୋଗକୁ ୧୫ଶ ଶତାବ୍ଦୀରେ ଏହାଠାରୁ ପୃଥକ୍ କରିବା ନିମନ୍ତେ ସ୍ମଲପକ୍ସ (ବସନ୍ତ) ନାମ ଦିଆଯାଇଥିଲା । ଏହାର ଅନ୍ୟାନ୍ୟ ଐତିହାସିକ ନାମ ଯଥାକ୍ରମେ ପକ୍ସ, ସ୍ପେକ୍ଲ୍ଡ ମନସ୍ଟର ଓ ରେଡ ପ୍ଲେଗ ଦିଆଯାଇଥିଲା ।
This article uses material from the Wikipedia ଓଡ଼ିଆ article ବସନ୍ତ ରୋଗ, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 4.0 ରେ ଉପଲବ୍ଧ । Images, videos and audio are available under their respective licenses.
®Wikipedia is a registered trademark of the Wiki Foundation, Inc. Wiki ଓଡ଼ିଆ (DUHOCTRUNGQUOC.VN) is an independent company and has no affiliation with Wiki Foundation.