ବାଜି ରାଉତ: ଭାରତର କନିଷ୍ଠତମ ଶହୀଦ

ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ । ସେ ହେଉଛନ୍ତି ଭାରତର କନିଷ୍ଠତମ ଶହୀଦ ।

ବାଜି ରାଉତ
ବାଜି ରାଉତ: ପରିବାର, ପ୍ରଜାମଣ୍ଡଳ ଆନ୍ଦୋଳନ ଓ ମୃତ୍ୟୁ, ଆଧାର
ବାଜି ରାଉତ
ଜନ୍ମ(1926-10-05)୫ ଅକ୍ଟୋବର ୧୯୨୬
ନୀଳକଣ୍ଠପୁର, ଢେଙ୍କାନାଳ ଜିଲ୍ଲା
ମୃତ୍ୟୁ୧୧ ଅକ୍ଟୋବର ୧୯୩୮(1938-10-11) (ବୟସ ୧୨)
ନୀଳକଣ୍ଠପୁର, ଢେଙ୍କାନାଳ ଜିଲ୍ଲା
ଜାତୀୟତାଭାରତୀୟ
ଅନ୍ୟ ନାମବାଜିଆ
ଜଣାଶୁଣାକନିଷ୍ଠ ସ୍ୱାଧୀନତା ସଂଗ୍ରାମୀ
ପିତାମାତାହରି ରାଉତ

ପରିବାର

୧୯୨୬ ମସିହା ଅକ୍ଟୋବର ୫ ତାରିଖ ଦିନ ବାଜି ରାଉତ ଢେଙ୍କାନାଳ ଜିଲ୍ଲାର ନିଳକଣ୍ଠପୁର ଗ୍ରାମରେ ଏକ ଗରିବ ଖଣ୍ଡାୟତ ପରିବାରରେ ଜନ୍ମ ଗ୍ରହଣ କରିଥିଲେ । ସେ ପିଲା ବେଳୁ ବାପାଙ୍କୁ ହରାଇ ମା'ଙ୍କଦ୍ୱାରା ପ୍ରତିପାଳିତ ହେଉଥିଲେ । ପରିବାରରେ ଚାଷବାଷ ସକାଶେ ଜମି ନ ଥିଲା । ମା’ ଅନ୍ୟଘରେ ପାଇଟିକରି ତାଙ୍କୁ ପାଳୁଥିଲେ । ହେତୁ ପାଇଲା ପରେ ସେତେବେଳର ଢେଙ୍କାନାଳର ରାଜା ଶଙ୍କର ପ୍ରତାପ ସିଂହଦେଓ ଗରିବମାନଙ୍କ ଉପରେ ଅତ୍ୟାଚାର କରୁଥିବାର ସେ ଅନୁଭବ କରିଥିଲେ । ପରେ ଢେଙ୍କାନାଳର ବୈଷ୍ଣବ ଚରଣ ପଟ୍ଟନାୟକ (ବୀର ବୈଷ୍ଣବ ନାମରେ ଜଣା) ଯେତେବେଳେ ରାଜାଙ୍କ ବିରୋଧରେ ପ୍ରଜାମଣ୍ଡଳ ଆରମ୍ଭ କଲେ ସେତେବେଳେ ବାଜି ସେହି କୋମଳ ବୟସରେ ସେଥିରେ ଯୋଗ ଦେଇଥିଲେ । ସେ ଇଂରେଜମାନଙ୍କୁ ଡଙ୍ଗାରେ ନଦୀ ପାରିକରିବାକୁ ମନା କରି ସେମାନଙ୍କ ହାତରେ ଜୀବନ ଦେଇଥିଲେ ।

ପ୍ରଜାମଣ୍ଡଳ ଆନ୍ଦୋଳନ ଓ ମୃତ୍ୟୁ

ଇଂରେଜ ସରକାରଙ୍କ ରାଜତ୍ୱ କାଳରେ ଭାରତବର୍ଷରେ ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାଧାରଣ ପ୍ରଜାମାନେ ବିଭିନ୍ନ ଭାବରେ ଶୋଷଣ ଓ ଅତ୍ୟାଚାରିତରେ ଜର୍ଜରିତ ହେଉଥିଲେ । ସେତେବେଳେ ଇଂରେଜ ସରକାର ତାଙ୍କର ଶାସନ ପ୍ରଣାଳୀକୁ ସରଳ କରିବା ଉଦ୍ଦେଶ୍ୟରେ ସମଗ୍ର ଓଡ଼ିଶାକୁ ଦୁଇ ଭାଗରେ ବିଭକ୍ତ କରି ମୋଗଲବନ୍ଦୀ ଏବଂ ଗଡ଼ଜାତ ଅଞ୍ଚଳ ଭାବରେ ନାମିତ କରିଥିଲେ । ମୋଗଲବନ୍ଦୀ ଅଞ୍ଚଳଗୁଡ଼ିକରେ ଜମିଦାରମାନେ ଏବଂ ଗଡଜାତ ଅଞ୍ଚଳମାନଙ୍କରେ ରାଜାମାନେ ଶାସନ ନାମରେ ପ୍ରଜାମାନଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିଲେ । ଏହି ଦୁଇଭାଗ ମଧ୍ୟରୁ ଗଡଜାତ ଅଞ୍ଚଳର ପ୍ରଜାମାନଙ୍କ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡୁଥିଲା । ଗଡଜାତ ରାଜ୍ୟର ରାଜା ତଥା ପାରିଷାଦବର୍ଗଙ୍କ ଯାବତିୟ ଅନ୍ୟାୟ, ଅତ୍ୟାଚାର, ଶୋଷଣ, ବେଠି, ବେଘାରି, ଯୋରଜବରଦସ୍ତ ଟିକସ ଅସୁଲ, ମନମୁଖିଶାସନ, ମିଥ୍ୟା ମୋକଦ୍ଦମା ପ୍ରଭୁତିରେ ଜର୍ଜରିତ ହେଉଥିଲେ ଗଡଜାତବାସୀ । ସମୟେ ସମୟେ ଗଡଜାତ ଅଞ୍ଚଳରେ ଏହି ଶୋଷଣ କଷଣରେ ଫଳସ୍ୱରୁପ ପୁଞ୍ଜୀଭୁତ ଅସନ୍ତୋଷ କ୍ରମଶଃ ବୃଦ୍ଧି ପାଇ ବିସ୍ପୋରଣର ରୁପ ଧାରଣ କରୁଥିଲା, କିନ୍ତୁ ଇଂରେଜ ସରକାର ତାହାକୁ କଳେବଳେ କୌଶଳେ ଦମନ କରୁଥିଲେ । ଏହିସବୁ ଗଡଜାତ ଆନ୍ଦୋଳନ ସେତେବେଳେ ସମଗ୍ର ଭାରତବର୍ଷରେ ଆଲୋଡନ ସୃଷ୍ଟି କରିଥିଲା ।

୧୯୩୮ ମସିହା ଅକ୍ଟୋବର ମାସ ୧୧ ତାରିଖ ଅନ୍ଧାରିଆ ରାତିରେ ପ୍ରଜାମଣ୍ଡଳର କେତେଜଣ ସ୍ୱେଚ୍ଛାସେବୀଙ୍କ ସହ ବ୍ରାହ୍ମଣୀ ନଦୀ ଘାଟରେ ଡଙ୍ଗା ଜଗି ରହିଥିଲେ ବାଳକ ବାଜି ରାଉତ । ସେ ପ୍ରଜାମଣ୍ଡଳର ସିପାହୀ ସାଜିଛନ୍ତି । ଘାଟ ଡଙ୍ଗା ଜଗିବା ସେଦିନ ତାଙ୍କର ପାଳିଥିଲା । କାରଣ ପ୍ରଜାମଣ୍ଡଳର ହୁକୁମ ଥିଲା, ନଦୀଘାଟରୁ ଦୁରରେ ଡଙ୍ଗା ଲୁଚେଇ ରଖିବ, ଗୋରା ଫଉଜମାନେ ଯେପରି ନଦୀ ପାର ନହୁଅନ୍ତି, ସେମାନଙ୍କ ଗତିବିଧି ଉପରେ ନଜର ରଖି କ୍ୟାମ୍ପକୁ ଖବର ଦେବ, ଆଉ ପ୍ରଜାମଣ୍ଡଳର ସାଥୀଙ୍କୁ ନିରାପଦରେ ପାରି କରାଇବ । ଆଶଙ୍କାକୁ ସତ କରି ପୋଲିସମାନେ ପ୍ରଜା ମଣ୍ଡଳ ଆନ୍ଦୋଳନ ଦମନ କରିବାକୁ ଆସିଲେ । ମାତ୍ର ସେମାନଙ୍କ ଆଦେଶ ସତ୍ତ୍ୱେ ବାଜି ରାଉତ ଘାଟରୁ ଡ଼ଙ୍ଗା ଫିଟାଇଲେ ନାହିଁ । ପୋଲିସର ଧମକ ଚମକ ସତ୍ତ୍ୱେ କିଛି ଲାଭ ନହେବାରୁ, ସେମାନେ ତାଙ୍କୁ ସେଇଠି ଗୁଳି କରି ହତ୍ୟା କଲେ । ବାଜି ରାଉତଙ୍କ ଚିତ୍କାରରେ ସେତେବେଳକୁ ଅନେକ ଲୋକ ଆସିଯାଇଥିଲେ । ସେମାନେ ଡଙ୍ଗା ବାନ୍ଧି ପକାଇ ରଖିଲେ । ପୋଲିସମାନେ ଆଉ କିଛି ନକରି ଛୁରୀରେ ଡଙ୍ଗା ଦଉଡି କାଟି ମଝି ନଈକୁ ଡଙ୍ଗା ବୋହିନେଲେ । ଡଙ୍ଗା ମଝି ନଈରେ ଥିବା ବେଳେ ସେମାନେ କୂଳରେ ଥିବା ଲୋକଙ୍କୁ ଗୁଳି ଚାଳନା କଲେ । ସେଇଠି ଟଳି ପଡିଲେ ନିଳକଣ୍ଠପୁର ଗାଁର ଆଉ କେତେ ଜଣ - ହୁରୁଷି, ରଘୁ, ଗୁର, ନଟ, ଲକ୍ଷମଣ ଓ ଫଗୁ । ଦେଶ ପାଇଁ ଛୁଆ ବଡ଼ ମିଶି ସାତ ଜଣ ଶହିଦ ହୋଇଗଲେ । ନିଳକଣ୍ଠପୁର ଗୁଳିକାଣ୍ଡର ପରଦିନ ଅର୍ଥାତ୍ ୧୯୩୮ ମସିହା ଅକ୍ଟୋବର ମାସ ୧୨ ତାରିଖ ଦିନ ଦେଶ ପାଇଁ ପ୍ରାଣବଳି ଦେଇଥିବା ସାତଜଣ ବୀରଙ୍କର ପାର୍ଥିବ ଶରୀରକୁ କଟକ ଆଣି ବିରାଟ ପଟୁଆର ହେଲା । ଶେଷରେ ଆଜିର ଖାନ୍ନଗର ମଶାଣିରେ ଗୋଟିଏ ଚିତାରେ ସେମାନଙ୍କୁ ଦାହ କରାଗଲା ।

ଆଧାର

ଅଧିକ ତଥ୍ୟ

This article uses material from the Wiki ଓଡ଼ିଆ article ବାଜି ରାଉତ, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply. (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 4.0 ରେ ଉପଲବ୍ଧ । Images, videos and audio are available under their respective licenses.
#Wikipedia® is a registered trademark of the Wiki Foundation, Inc. Wiki ଓଡ଼ିଆ (DUHOCTRUNGQUOC.VN) is an independent company and has no affiliation with Wiki Foundation.

Tags:

ପରିବାର ବାଜି ରାଉତ

ପ୍ରଜାମଣ୍ଡଳ ଆନ୍ଦୋଳନ ଓ ମୃତ୍ୟୁ ବାଜି ରାଉତ

ଆଧାର ବାଜି ରାଉତ

ଓଡ଼ିଶା

ଢେଙ୍କାନାଳ ଜିଲ୍ଲା

🔥 Trending searches on Wiki ଓଡ଼ିଆ:

ପ୍ରଧାନ ପୃଷ୍ଠାଉଇକିକମନ୍ସବ୍ୟାଡ଼ମିଣ୍ଟନଟୋଫାସିଟିନିବ୧୮୧ଅଙ୍ଗ୍ୱୀଲାରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟଯୁକ୍ତରାଷ୍ଟ୍ର ଆମେରିକାଉସେନ ବୋଲ୍ଟଆଫଗାନିସ୍ତାନଜୟଦ୍ରଥ ସୁନାଡୋନାଲ୍ଡ ଟ୍ରମ୍ପଚନ୍ଦ୍ରଯାନ-୩ରାଧାନୂଆଖାଇଫକୀର ମୋହନ ସେନାପତିକଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ୍)ଜଗନ୍ନାଥ ଦାସମନୋଜ ଦାସସରଳା ଦେବୀରାଧାଷ୍ଟମୀଗୋପୀନାଥ ମହାନ୍ତିଗୋପବନ୍ଧୁ ଦାସଭାରତଓଡ଼ିଆ ଭାଷାଗଙ୍ଗାଧର ମେହେରଜାଭା (ପ୍ରୋଗ୍ରାମିଂ ଭାଷା)ମନୀଷା ଗିରୋତ୍ରାରାଧାନାଥ ରାୟଓଡ଼ିଶାଓଡ଼ିଆ ସାହିତ୍ୟଏସ୍୩ ମୁଭିଜ୍ଗଣେଶ ପୂଜାଓଡ଼ିଶା ବିଧାନ ସଭାଚନ୍ଦ୍ରଶେଖର ରଥସୁରେନ୍ଦ୍ର ମହାନ୍ତିଅପରେଟିଙ୍ଗ ସିଷ୍ଟମଗୋଦାବରୀଶ ମିଶ୍ରରମାକାନ୍ତ ରଥପ୍ରତିଭା ରାୟଡେଙ୍ଗୁ ଜରପ୍ରଥମ ଭାସ୍କରମଧୁସୂଦନ ଦାସମହାତ୍ମା ଗାନ୍ଧୀଚିଲିକା ହ୍ରଦକାଳୀଚରଣ ପଟ୍ଟନାୟକପ୍ରମିଳା ମଲ୍ଲିକସୁରେନ୍ଦ୍ରନାଥ ଶତପଥୀଜଗନ୍ନାଥସାରଳା ଦାସଉପେନ୍ଦ୍ର ଭଞ୍ଜଜଗନ୍ନାଥ ମନ୍ଦିରମଧୁସୂଦନ ରାଓବିଜୟ ମିଶ୍ରନନ୍ଦିନୀ ଶତପଥୀରାଧାମୋହନ ଗଡ଼ନାୟକଦଣ୍ଡ ନାଟଗୀତଗୋବିନ୍ଦମନୋରଞ୍ଜନ ଦାସଗଣେଶଓଡ଼ିଆକାଳିନ୍ଦୀ ଚରଣ ପାଣିଗ୍ରାହୀରାଶି ଓ ନକ୍ଷତ୍ରମହାପାତ୍ର ନୀଳମଣି ସାହୁ🡆 More