ମନୋଜ ଦାସ: ଭାରତୀୟ ଲେଖକ
ମନୋଜ ଦାସ ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ ।[୧] ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।[୨][୩]
ମନୋଜ ଦାସ | |
---|---|
![]() | |
ଜନ୍ମ ଓ ଜନ୍ମସ୍ଥାନ | ଶଙ୍ଖାରି, ବାଲେଶ୍ୱର | ୨୭ ଫେବୃଆରୀ ୧୯୩୪
ମୃତ୍ୟୁ | ୨୭ ଅପ୍ରେଲ ୨୦୨୧ ପଣ୍ଡିଚେରୀ | (ବୟସ ୮୭)
ବୃତ୍ତି | ପ୍ରାଧ୍ୟାପକ |
ଭାଷା | ଓଡ଼ିଆ, ଇଂରାଜୀ |
ଜାତୀୟତା | ଭାରତୀୟ |
ଶିକ୍ଷା | ସ୍ନାତକୋତ୍ତର, (ଇଂରାଜୀ ଭାଷା) |
ଶିକ୍ଷାନୁଷ୍ଠାନ | ଫକୀର ମୋହନ ମହାବିଦ୍ୟାଳୟ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ରେଭେନ୍ସା ମହାବିଦ୍ୟାଳୟ |
ସାହିତ୍ୟ କୃତି | ଅମୃତ ଫଳ ମନୋଜ ଦାସଙ୍କ କଥା ଓ କାହାଣୀ |
ପୁରସ୍କାର | ସରସ୍ୱତୀ ସମ୍ମାନ, ଶାରଳା ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର |
ଜୀବନ ସାଥି | ପ୍ରତିଜ୍ଞା ଦେବୀ |
ଜ୍ଞାତି କୁଟୁମ୍ବ | ମଧୁସୂଦନ ଦାସ (ବାପା), କାଦମ୍ବିନୀ ଦେବୀ (ମାଆ), ମନ୍ମଥ ନାଥ ଦାସ (ବଡ଼ ଭାଇ) |
ଦସ୍ତଖତ | ![]() |
ୱେବସାଇଟ | |
worldofmanojdas |
ଜୀବନୀ
ମନୋଜ ଦାସ ବାଲେଶ୍ୱର ଜିଲ୍ଲାର ଶଙ୍ଖାରି ଗ୍ରାମଠାରେ ୧୯୩୪ ମସିହା ଫେବୃଆରୀ ୨୭ ତାରିଖଦିନ ଗୋଟିଏ ସଂଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ । ପରିବାରରେ ପ୍ରଥମ ଦୁଇ ସନ୍ତାନ ପୁଅ, ତାପର ଦୁଇ ସନ୍ତାନ ଝିଅ ସେ ପଞ୍ଚମ ତଥା କନିଷ୍ଠ ସନ୍ତାନ ଅଟନ୍ତି । ମାତା କାଦମ୍ବିନୀ ଦେବୀଙ୍କ ପ୍ରଭାବରେ ବାଲ୍ୟକାଳରୁ ମନୋଜ ଦାସ ରାମାୟଣ ଓ ମହାଭାରତ ପ୍ରତି ଶ୍ରଦ୍ଧା ଜାତ ହୋଇଥିଲା । ପରବର୍ତ୍ତୀ ସମୟରେ ସେ ଏହି ଦୁଇଟି ଗ୍ରନ୍ଥକୁ 'ଅଲୌକିକ ଶକ୍ତିର ଉତ୍ସ' ଭାବେ ଅଭିହିତ କରିଛନ୍ତି । ବାଲେଶ୍ୱର ଜିଲ୍ଲା ସ୍କୁଲରେ ପଢ଼ିବା ସମୟରେ ତାଙ୍କ ବ୍ୟକ୍ତିତ୍ୱର ବିଭିନ୍ନ ଦିଗ ବିକଶିତ ହୋଇଥିଲା । ସେତେବେଳେ ବଡ଼ଭାଇ ମନ୍ମଥ ନାଥ ଦାସ ଫକୀର ମୋହନ ମହାବିଦ୍ୟାଳୟର ଇତିହାସ ଅଧ୍ୟାପକ । ସେମାନେ ଯେଉଁ ଘରେ ରହୁଥିଲେ, ତାହା ଥିଲା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ବାସଗୃହ । ଏହା ଜାଣିବା ପରେ ମନୋଜ ଦାସଙ୍କ ହୃଦୟ, ସୃଜନ ସମ୍ଭାରର ପରିବ୍ୟାପ୍ତ ହୋଇଯାଇଥିଲା । ବାଲେଶ୍ୱରରେ ଅଧ୍ୟୟନ କରୁଥିବା ସମୟରେ ତାଙ୍କର ପ୍ରଥମ ଗଳ୍ପ ସଂକଳନ 'ସମୁଦ୍ରର କ୍ଷୁଧା' ପ୍ରକାଶ ପାଇଲା ଏବଂ ସେହି ସମୟରେ 'ଦିଗନ୍ତ' ପତ୍ରିକା ସମ୍ପାଦନା ଆରମ୍ଭ କରିଥିଲେ । ପରେ ସେ ବାମପନ୍ଥୀ ଆନ୍ଦୋଳନ ସହିତ ଯୋଗ ଦେଇଥିଲେ । ୧୯୫୨ ମସିହାରେ ଫକୀର ମୋହନ ମହାବିଦ୍ୟାଳୟରେ ପ୍ରଥମ ବର୍ଷର ଛାତ୍ର ସମୟରେ ସେ ଛାତ୍ର ୟୁନିୟନର ସଭାପତି ଏବଂ ରାଜ୍ୟ ଛାତ୍ର ଫେଡେରେସନର ଉପସଭାପତି ନିର୍ବାଚିତ ହୋଇଥିଲେ । ୧୯୫୫ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରି କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରେ ଆଇନ ଅଧ୍ୟୟନ କଲେ । ସେତେବେଳକୁ 'ଜୀବନର ସ୍ୱାଦ' ଗଳ୍ପ ସଂକଳନ ସହିତ ବିଭିନ୍ନ ଇଂରାଜୀ ପତ୍ରିକାରେ ତାଙ୍କ ଲେଖା ପ୍ରକାଶିତ ହେଉଥାଏ । ୧୯୫୬ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆଇନ କଲେଜର ଛାତ୍ର ସଂଘର ସଭପତି ରୂପେ ଇଣ୍ଡୋନେସିଆରେ ଆୟୋଜିତ ଛାତ୍ର ସମ୍ମିଳନୀରେ ଯୋଗ ଦେଇଥିଲେ | ରେଭେନ୍ସା ମହାବିଦ୍ୟାଳୟରୁ ଇଂରାଜୀ ସ୍ନାତକୋତ୍ତର ଅଧ୍ୟୟନ ପରେ ୧୯୫୯ ମସିହାରେ ଖ୍ରୀଷ୍ଟ ମହାବିଦ୍ୟାଳୟରେ ଅଧ୍ୟାପନା କଲେ । ସେହି ବର୍ଷ ତାଙ୍କ ଜୀବନର ଦୁଇଟି ଗୁରୁତ୍ୱପୂର୍ଣ୍ଣ ଘଟଣାର ସୂତ୍ରପାତ ହୋଇଥିଲା । ଦିଗନ୍ତ ମାସିକ ପତ୍ରିକାର ପୁନଃ ପ୍ରକାଶ ଏବଂ କୁଜଙ୍ଗ ରାଜପରିବାରର କନ୍ୟା ପ୍ରତିଜ୍ଞା ଦେବୀଙ୍କ ସହିତ ବିବାହ । ସମଗ୍ର ଭାରତବର୍ଷରେ ରାଜାରାଜୁଡାଙ୍କ ମଧ୍ୟରୁ କୁଜଙ୍ଗ ରାଜପରିବାର ସ୍ୱାଧୀନତା ଆନ୍ଦୋଳନରେ ସମ୍ପୂର୍ଣ୍ଣ ଭାବେ ସାମିଲ ହୋଇଥିଲେ । ୧୯୬୧ ମସିହାରେ 'ଆରଣ୍ୟକ' ପ୍ରକାଶ ପାଇଥିଲା । ୧୯୬୩ ମସିହାରେ ମନୋଜ ଦାସ ପଣ୍ଡିଚେରୀ ଶ୍ରୀ ଅରବିନ୍ଦ ବିଶ୍ୱବିଦ୍ୟାଳୟରେ ଇଂରାଜୀ ସାହିତ୍ୟର ଅଧ୍ୟାପକ ଏବଂ ପ୍ରତିଜ୍ଞା ଦେବୀ ମନସ୍ତତ୍ତ୍ୱ ବିଭାଗରେ ଅଧ୍ୟାପିକା ଭାବେ ଯୋଗ ଦେଇଥିଲେ । ୧୯୬୫/୬୬ ମସିହାରେ ଶେଷ ବସନ୍ତର ଚିଠି ପ୍ରକାଶ ପାଇଥିଲା ।
୧୯୬୩ ମସିହାଠାରୁ ସେ ପଣ୍ଡିଚେରୀର ଶ୍ରୀ ଅରବିନ୍ଦ ଆଶ୍ରମଠାରେ ଅବସ୍ଥାନ କରି ଆସୁଥିଲେ ।[୪] ସେ ସେଠାକାର ଶ୍ରୀ ଅରବିନ୍ଦ ଆନ୍ତର୍ଜାତିକ ଶିକ୍ଷା କେନ୍ଦ୍ରରେ ଇଂରାଜୀ ଭାଷା ପ୍ରାଧ୍ୟାପକ ଭାବେ ଶିକ୍ଷାଦାନ କରୁଥିଲେ ।[୫]
ମନୋଜ ଦାସଙ୍କୁ ତାଙ୍କର ନିଆରା ଲେଖା ଶୈଳୀ ପାଇଁ ଓଡ଼ିଆ ସାହିତ୍ୟର ବିଷ୍ଣୁ ଶର୍ମା ବୋଲି କୁହାଯାଏ [୬][୭] ଆଉ ସେଥି ନିମନ୍ତେ ସେ ଭାରତର ଜଣେ ସୁଗାଳ୍ପିକ ଭାବରେ ପରିଚିତ ।[୮][୯]
୨୦୨୧ ମସିହା ଅପ୍ରେଲ ୨୭ ତାରିଖରେ ପଣ୍ଡିଚେରୀଠାରେ ତାଙ୍କର ମୃତ୍ୟୁ ଘଟିଥିଲା ।[୧୦]
ରଚନାବଳୀ
ଗଳ୍ପ ସଙ୍କଳନ
କବିତା ସଙ୍କଳନ
| ଉପନ୍ୟାସ
ପ୍ରବନ୍ଧ, ରମ୍ୟରଚନା ଓ ଅନ୍ୟାନ୍ୟ
| ଶିଶୁ ସାହିତ୍ୟ
ଇଂରାଜୀ ରଚନାବଳୀ
|
ସମ୍ମାନ ଓ ପୁରସ୍କାର
- ପଦ୍ମ ଭୂଷଣ, ୨୦୨୦ [୧]
- ପଦ୍ମଶ୍ରୀ, ୨୦୦୧[୧୧]
- ସରସ୍ୱତୀ ସମ୍ମାନ - (ଅମୃତ ଫଳ, ୨୦୦୦)
- କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର [୧୨] - (ମନୋଜ ଦାସଙ୍କ କଥା ଓ କାହାଣୀ, ୧୯୭୨)
- ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ଦୁଇ ଥର),
- ୧୯୬୨ ('ଆରଣ୍ୟକ' ଗଳ୍ପ ସଙ୍କଳନ ନିମନ୍ତେ)
- ୧୯୮୭ ('କେତେ ଦିଗନ୍ତ' ପ୍ରବନ୍ଧ ଓ ସମାଲୋଚନା ନିମନ୍ତେ) [୧୩]
- ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ୨୦୦୭[୧୪][୧୫]
- କେନ୍ଦ୍ର ସାହିତ୍ୟ ଏକାଡେମୀ ଫେଲୋସିପ, ୨୦୦୬
- ଝଙ୍କାର ପୁରସ୍କାର (କ୍ଷୁଦ୍ରଗଳ୍ପ), ୧୯୭୧ (ପ୍ରଜାତନ୍ତ୍ର ପ୍ରଚାର ସମିତି ପ୍ରଦତ୍ତ)[୧୬]
- ଶାରଳା ପୁରସ୍କାର, ୧୯୮୧[୧୭]
- ସାରଳା ସମ୍ମାନ, ୨୦୦୬[୧୮] (ସାରଳା ସାହିତ୍ୟ ସଂସଦ, କଟକ)
- ଉତ୍କଳ ରତ୍ନ ସମ୍ମାନ, ୨୦୦୧
- ବିଷୁବ ପୁରସ୍କାର - ୧୯୮୭[୧୯]
- ସାହିତ୍ୟ ଭାରତୀ ସମ୍ମାନ, ୧୯୯୫
ମନୋଜ ଦାସଙ୍କ ନାମରେ ପୁରସ୍କାର
ମନୋଜ ଦାସଙ୍କ ପରଲୋକ ପରେ, ଓଡ଼ିଶା ସରକାର ଏକ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର ପ୍ରଦାନ କରିବା ପାଇଁ ନିଷ୍ପତି ନେଇଥିଲେ । ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର ନାମରେ ନାମିତ ଏହି ପୁରସ୍କାର ପ୍ରତିବର୍ଷ ଇଂରାଜୀ ଭାଷାରେ ଲେଖୁଥିବା ଓଡ଼ିଶାର ଜଣେ ସାହିତ୍ୟିକଙ୍କୁ ପ୍ରଦାନ କରାଯିବ । ପୁରସ୍କାର ରାଶି ସ୍ୱରୂପ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ହାଇସ୍କୁଲ ସ୍ତରରେ ପିଲାଙ୍କୁ ମୌଳିକ ସାହିତ୍ୟ ରଚନା ପାଇଁ ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ ପ୍ରଦାନ କରାଯିବ । ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ପୃଥକ ଭାବେ ୧ ଲକ୍ଷ ଟଙ୍କା ପୁରସ୍କାରର ରାଶି ସ୍ୱରୂପ ୨ଟି ପୁରସ୍କାର ପ୍ରଦାନ କରାଯିବ । ଶଂଖାରୀ ଗ୍ରାମରେ ତାଙ୍କର ପୈତୃକ ବାସ ଭବନକୁ ଦୁଇ ଭାଇ ମନ୍ମଥ ଓ ମନୋଜଙ୍କ ସ୍ମୃତିରେ ମନ୍ମଥ-ମନୋଜ ସ୍ମାରକୀ ଭାବରେ ନାମିତ କରାଯିବ । ସେଠାରେ ଦୁଇଭାଇଙ୍କ ରଚିତ ସମସ୍ତ ପୁସ୍ତକ ରଖାଯାଇ ଏକ ପାଠାଗାର ନିର୍ମାଣ କରାଯିବ ।[୨୦]
ଆଧାର
ଅଧିକ ତଥ୍ୟ

- Official Website:worldofmanojdas.in
- ମନୋଜ ଦାସ (ଇଣ୍ଟରନେଟ ମୁଭି ଡାଟାବେସରେ)
This article uses material from the Wikipedia ଓଡ଼ିଆ article ମନୋଜ ଦାସ, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply. (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 3.0 ରେ ଉପଲବ୍ଧ । Images, videos and audio are available under their respective licenses.
#Wikipedia® is a registered trademark of the Wiki Foundation, Inc. Wiki (DUHOCTRUNGQUOC.VN) is an independent company and has no affiliation with Wiki Foundation.