ସରସ୍ୱତୀ: ହିନ୍ଦୁ ଦେବୀ

ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ। ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ, ଓ ବୌଦ୍ଧ ଧର୍ମାବଲମ୍ବୀମାନେମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି ।

ସରସ୍ୱତୀ
ସରସ୍ୱତୀ: ହିନ୍ଦୁ ଧର୍ମରେ ସରସ୍ୱତୀ, ଅନ୍ୟ ଧର୍ମରେ ସରସ୍ୱତୀ, ପୂଜା ଓ ଉପାସନା
ବୀଣା, ପୁସ୍ତକ ଧାରିଣୀ ମା ସରସ୍ୱତୀ - ରାଜା ରବି ବର୍ମାଙ୍କ ଦେଇ ଅଙ୍କିତ ଛବି
ସଂସ୍କୃତ ଅନୁବାଦସରସ୍ୱତୀ
ଉପାଧିଦେବୀ (ତ୍ରିଦେବୀ)
ବାସସ୍ଥାନବ୍ରହ୍ମଲୋକ
ମନ୍ତ୍ରଓଁ ଐଁ ସରସ୍ୱତୈ ସ୍ୱାହା
ସାଥିବ୍ରହ୍ମା
ବାହନହଂସ, ପ୍ରକାରାନ୍ତରେ ମୟୁର

ପାରମ୍ପରିକ ରୂପରେ ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ । ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍‌ଦେବୀ ବରଦା ଇତ୍ୟାଦି ।

ସରସ୍ୱତୀ ଶବ୍ଦର ମୂଳ ଅର୍ଥ ହେଲା - ସ୍ୱତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ । ସରସ୍ୱତୀ ଶବ୍ଦ ସରସ (ଗତି, ପ୍ରବାହ) ଓ ବତୀ (ଅଛି, ମାନା) ଶବ୍ଦରୁ ଆସିଅଛି, ଏହାର ଅର୍ଥ ଗତିଶୀଳା ଯାହା ପ୍ରଗତିର ସୂଚକ । ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା ସରସ୍ୱତୀ, ମା ଲକ୍ଷ୍ମୀ ଓ ମା କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର ।

ହିନ୍ଦୁ ଧର୍ମରେ ସରସ୍ୱତୀ

ପୁରାଣ

ପୁରାଣକାରମାନେ ସରସ୍ୱତୀଙ୍କୁ କନ୍ୟା ଏବଂ ବ୍ରହ୍ମାଙ୍କୁ ପିତା ରୂପେ ପରିକଳ୍ପନା କରିଛନ୍ତି । ବ୍ରହ୍ମାଣ୍ଡ ପୁରାଣମତେ, ସୃଷ୍ଟିର ଆରମ୍ଭ କାଳରେ ବ୍ରହ୍ମା ଯେତେବେଳେ ଧ୍ୟାନସ୍ଥ ଥିଲେ, ସେତେବେଳେ ତାଙ୍କ ଭିତରେ ସତ୍ତ୍ୱ ଗୁଣର ବିକାଶ ଘଟିଲା ଏବଂ ସେଥିରୁ ଏକ କନ୍ୟା ଜାତ ହେଲା । ତାଙ୍କର ରୂପ ଥିଲା ଦୁଗ୍‌ଧ ପରି ଶ୍ୱେତବର୍ଣ୍ଣ । ସେହି ଶ୍ୱେତବର୍ଣ୍ଣା କନ୍ୟାଙ୍କୁ ଦେଖି ବ୍ରହ୍ମା ତାଙ୍କର ପରିଚୟ ପଚାରିବାରୁ କନ୍ୟା କହିଲେ, ମୁଁ ତୁମଠାରୁ ଜାତ ହେଲି । ତେଣୁ ତୁମେ ମୋର ନାମକରଣ କର ଏବଂ ମୋର ପରିଚୟ କ’ଣ ହେବ ତାହା ସ୍ଥିର କର । ତାହା ଶୁଣି ବ୍ରହ୍ମା କହିଲେ, ତୁମର ନାମ ସ୍ୱରସ୍ୱତୀ ହେଉ । ତୁମେ ପ୍ରତ୍ୟେକଙ୍କ ଜିହ୍ୱାର ଅଗ୍ରଭାଗରେ ‘ବାକ୍’ ରୂପେ ଅବସ୍ଥାନ କରିବ । ସେଥିାଇଁ ତୁମେ ‘ବାଗ୍‌ଦେବୀ’ ରୂପେ ବିଦିତା ହେବ । ବିଶେଷ କରି ବିଦ୍ୱାନମାନେ ତୁମକୁ ଆଦର ଓ ଭକ୍ତିରେ ପୂଜା କରିବେ । ବାକ୍‌ଦେବୀ ବା ସରସ୍ୱତୀଙ୍କ ମାଧ୍ୟମରେ ବ୍ରହ୍ମା ବିଶ୍ୱ ବ୍ରହ୍ମାଣ୍ଡର ସମସ୍ତ ଜୀବ ତଥା ସ୍ଥାବରଜଙ୍ଗମ ସର୍ଜନା କଲେ । ବାକ୍ ନାମ୍ନୀ କନ୍ୟା ଅତ୍ୟନ୍ତ ସୁନ୍ଦରୀ । ସେ ନିଷ୍କାମ, କାମନାହୀନ କିନ୍ତୁ ବ୍ରହ୍ମା ତାଙ୍କ ରୂପ ଲାବଣ୍ୟରେ ବିମୋହିତ ହୋଇ ସ୍ୱୟମ୍ବୁ ବ୍ରହ୍ମା ତାଙ୍କୁ ଇଚ୍ଛା କରିବାରୁ ବ୍ରହ୍ମାଙ୍କର ମରୀଚି ଆଦି ପୁତ୍ରଗଣ ବ୍ରହ୍ମାଙ୍କୁ ନିନ୍ଦା କଲେ । ସରସ୍ୱତୀ ଶରୀର ତ୍ୟାଗ କଲେ ।

ବ୍ରହ୍ମବୈବର୍ତ୍ତ ପୁରାଣ ଅନୁଯାୟୀ ସୃଷ୍ଟି କାଳରେ ଈଶ୍ୱରଙ୍କ ଇଚ୍ଛାରୁ ଆଦ୍ୟାଶକ୍ତି ନିଜକୁ ପାଞ୍ଚ ଭାଗରେ ବିଭକ୍ତ କରି ନେଇଥିଲେ । ସେ ରାଧା, ପଦ୍ମା, ସାବିତ୍ରୀ, ଦୁର୍ଗା ଏବଂ ସରସ୍ୱତୀଙ୍କ ରୂପରେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଅଙ୍ଗରୁ ସୃଷ୍ଟି ହୋଇଥିଲେ । ସେ ସମୟରେ ଶ୍ରୀକୃଷ୍ଣଙ୍କ କଣ୍ଠରୁ ଦେବୀ ସରସ୍ୱତୀ ଉତ୍ପନ୍ନ ହୋଇଥିଲେ ।

ବେଦ

ଋକ ବେଦ ମତେ ସରସ୍ୱତୀ ମହାଶକ୍ତିଙ୍କର ଉତ୍ସ । ଏହି ଦେବୀ ନିରାକାର, ନିର୍ଗୁଣ, ନିର୍ମାୟା । ତାଙ୍କୁ ମାତା ଏବଂ ନଦୀ ରୂପରେ ସ୍ତୁତି କରି ଋଗ୍ ବେଦରେ ଲେଖାଯାଇଛି ।

ଅମ୍ବି ତମେ ନଦୀ ତମେ/ଦେବୀ ତମେ ସରସ୍ୱତୀ,
ଅପ୍ରଶସ୍ତ ଇବ ସ୍ୱାମି/କ୍ରଶସ୍ତି ମମ ନିସ୍କୃତି ।

ଆର୍ଯ୍ୟ ଋଷିଗଣ ସ୍ତୁତି କରୁଛନ୍ତି : ହେ ଶ୍ରେଷ୍ଠ ମାତା, ହେ ଶ୍ରେଷ୍ଠ ନଦୀ, ହେ ଶ୍ରେଷ୍ଠ ଦେବୀ, ଆମେ ସବୁ ଅପ୍ରଶସ୍ତ ପ୍ରାଣୀ, ଆମକୁ ପ୍ରଶସ୍ତ ତଥା ବିସ୍ତାରିତ କରାଅ ।

ବେଦରେ ଦେବୀମାନଙ୍କର ବନ୍ଦନାରେ ଦେବୀ ସରସ୍ୱତୀଙ୍କର ବର୍ଣ୍ଣନା ପ୍ରଥମ ଏବଂ ପ୍ରଧାନ ।

ଦେବୀ ସରସ୍ୱତୀ ବନ୍ଦନା ଶୁକ୍ଳାଂ ବ୍ରହ୍ମ ବିଚାର ସାର ପରମା
ଆଦ୍ୟାଂ ଜଗତ୍ ବ୍ୟାପୀନିଂ ॥
ବୀଣା ପୁସ୍ତକ ଧାରିଣୀମ୍ ଅଭୟଦାଂ ଜାଡ୍ୟାଙନ୍ଧକାରା ପହାଃ ॥
ହସ୍ତେ ସ୍ଫଟିକ ମାଳୀକାଂ ବିଦଧତୀ
ପଦ୍ମାସନେ ସଂସ୍ଥିତାଂ ॥
ବନ୍ଦେତ୍ୱାଂ ପରମେଶ୍ୱରୀ ଭଗବତିଂ
ବୁଦ୍ଧି ପ୍ରଦାଂ ସରାଦାଂ ॥

ଅନ୍ୟ ଧର୍ମରେ ସରସ୍ୱତୀ

ହିନ୍ଦୁଧର୍ମ ବ୍ୟତୀତ ବୌଦ୍ଧ, ଜୈନ ଧର୍ମରେ ମଧ୍ୟ ଦେବୀ ସରସ୍ୱତୀଙ୍କର ଆରାଧନା ରହିଛି । ଭାରତ ବାହାରେ ତିବ୍‌ବତ, ଚୀନ ଏବଂ ଜାପାନରେ ଦେବୀ ସରସ୍ୱତୀ ବୌଦ୍ଧଦେବୀ ଭାବେ ଜନାଦୃତ । ବୌଦ୍ଧ ଧର୍ମରେ ସେ ଭିକ୍ଷୁମାନଙ୍କୁ ସୁରକ୍ଷା ପ୍ରଦାନ କରିଥାନ୍ତି ଓ ବୁଦ୍ଧଙ୍କର ଶିକ୍ଷାକୁ ରକ୍ଷା କରିଥାନ୍ତି ବୋଲି ମାନ୍ୟତା ରହିଛି । ବୌଦ୍ଧ ଧର୍ମଶାସ୍ତ୍ର 'ସାଧନମାଳା'ରେ ଉଲ୍ଲେଖ ଅଛି ଯେ ଦେବୀ ସରସ୍ୱତୀ ଭକ୍ତମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦାନ କରନ୍ତି । ଏହି ଗ୍ରନ୍ଥରେ ସରସ୍ୱତୀ ଚତୁଃରୂପରେ ପୂଜିତା - ମହା ସରସ୍ୱତୀ, ବଜ୍ରବୀଣା ସରସ୍ୱତୀ, ବଜ୍ରଶାରଦା ଏବଂ ବଜ୍ର ସରସ୍ୱତୀ । ବୌଦ୍ଧ ଧର୍ମ ଉପରେ ପଡ଼ିଥିବା ତାନ୍ତ୍ରିକ ପ୍ରଭାବ ଯୋଗୁଁ ହିଁ ଜ୍ଞାନ ଏବଂ ବୁଦ୍ଧିମତାର ବୌଦ୍ଧଦେବୀ 'ପ୍ରଜ୍ଞା ପାରମିତା' ପରବର୍ତ୍ତୀ ସମୟରେ ସରସ୍ୱତୀ ରୂପେ ପରିଚିତ ହେଲେ ।

ମାତା ପୁତ୍ରୌ ତୁ ବାକ୍ ପ୍ରାଣୌ / ମାତା ବା ପିତରଃ ସୁତଃ ।
ସରସ୍ୱନ୍ତମିତ ପ୍ରାଣୋ ବାଚଂ / ପ୍ରାଦୁଃ ସରସ୍ୱତୀମ୍ ।
-ବୃହଦ୍ ଦେବତା ଗ୍ରନ୍ଥ

ଅର୍ଥାତ୍ ବାକ୍ ଏବଂ ପ୍ରାଣର ମାତା ଏବଂ ପୁତ୍ର ସମ୍ବନ୍ଧ । ପ୍ରସାରଣଶୀଳ ପ୍ରାଣ(ନିଶ୍ୱାସ)ର ନାମ ସରସୂତ୍ ଏବଂ ଭାଷାର ନାମ ସରସ୍ୱତୀ ।

ମଥୁରା ନିକଟସ୍ଥ କାଳୀତିକା ଜୈନ ସ୍ତୁପରୁ ଏକ ମନୋଜ୍ଞ ସରସ୍ୱତୀ ମୂର୍ତ୍ତି ମିଳିବା ଘଟଣାରୁ ଜୈନଧର୍ମରେ ସରସ୍ୱତୀଙ୍କର ପୂଜା ରହିଥିବା ସୂଚନା ଦିଏ । ଜୋରୋଆଷ୍ଟର ଧର୍ମରେ ସରସ୍ୱତୀଙ୍କୁ ସରୋଶା ନାମରେ ଜଣାଯାଏ, ଯିଏ ଏଇ ପୃଥିବୀର ରକ୍ଷା କାରିଣୀ। ସରୋଶା (ଆଜ୍ଞାବହତା) ହେଉଛନ୍ତି ଆହୁରା ମଜଦାଙ୍କର ପତ୍ନୀ ଓ ଦୂତୀ, ଯାହାଙ୍କର କାମ ହେଲା ଡାଇନାଙ୍କୁ ଶିକ୍ଷାଦେବା । ଡାଇନା ହେଉଛନ୍ତି ବିବେକ ଓ ଧର୍ମର ସଙ୍ଗମ । ମୃତ୍ୟୁ ଉପରାନ୍ତ ଜୀବନରେ ସେ ଆତ୍ମାମାନଙ୍କୁ ଆଗର ଦିଗ୍ଦର୍ଶନ ଦେଇଥାନ୍ତି। ତାଙ୍କର ଏକ ଚିହ୍ନ ମୟୁରର ଡାକ ପୂତାତ୍ମାମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ ବିଷୟରେ ସଚେତନ କରାଇଦିଏ । ବର୍ମିଜ ଭାଷାରେ ତାଙ୍କୁ ଥୁରାଥଡି (Thurathadi), ଥାଇ ଭାଷାରେ ସୁରାସୱଦୀ (Surasawadee), ଜାପାନୀ ଭାଷାରେ ବେଞ୍ଜାଇତେନ ବୋଲି ପରିଚିତା ।

ପୂଜା ଓ ଉପାସନା

ଭାରତର କେତେକ ରାଜ୍ୟ ଯଥା ଓଡ଼ିଶା, ବିହାରପଶ୍ଚିମ ବଙ୍ଗରେ ସରସ୍ୱତୀଙ୍କୁ ଦୁର୍ଗାଙ୍କର କନ୍ୟାଭାବେ ପୂଜା କରାଯାଏ । ସେଥିପାଇଁ ଦୁର୍ଗାପୂଜାରେ ଦୁର୍ଗାଙ୍କ ସହିତ ସରସ୍ୱତୀ, ଲକ୍ଷ୍ମୀ, ଗଣେଶକାର୍ତ୍ତିକେୟଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ।

ଶ୍ରୀଦୁର୍ଗା ସପ୍ତସତୀରେ ଉଲ୍ଲେଖ ଅଛି, ଆଦ୍ୟା ଶକ୍ତି ଦୁର୍ଗା ତିନି ରୂପରେ ପ୍ରକାଶ ହୋଇ ତିନୋଟି ନବରାତ୍ରୀରେ ପୂଜା ପାଆନ୍ତି । ଆଶ୍ୱିନ ନବରାତ୍ରରେ ଦୁର୍ଗା ପୂଜା ପାଆନ୍ତି। ମା ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିହିତା, ବିଣା ପୁସ୍ତକ ହସ୍ତରେ ହଂସାରୁଢା । ମା' ଙ୍କର ବାହାନ ମୟୁର ବୋଲି କେତେକ ଶାସ୍ତ୍ରରେ ଉଲ୍ଲେଖ ଅଛି । ସରସ୍ୱତୀଙ୍କୁ ଶବ୍ଦ ବ୍ରହ୍ମରେ ସ୍ତୁତି କଲେ ମା ପ୍ରସନ୍ନ ହୁଅନ୍ତି । ମା' ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରନ୍ତି । ମା' ସରସ୍ୱତୀ ବଗ୍ଦେବୀ, ସମସ୍ତଙ୍କୁ ସଦବୁଦ୍ଧି ସହ ସତବଚନର ଆଶିର୍ବାଦ ଦେଇଥାନ୍ତି ।

ସମ୍ପର୍କୀୟ ପ୍ରସଙ୍ଗ

ଆଧାର

Tags:

ସରସ୍ୱତୀ ହିନ୍ଦୁ ଧର୍ମରେ ସରସ୍ୱତୀ ଅନ୍ୟ ଧର୍ମରେ ସରସ୍ୱତୀ ପୂଜା ଓ ଉପାସନାସରସ୍ୱତୀ ସମ୍ପର୍କୀୟ ପ୍ରସଙ୍ଗସରସ୍ୱତୀ ଆଧାରସରସ୍ୱତୀ ଅଧିକ ତଥ୍ୟସରସ୍ୱତୀବ୍ରହ୍ମାହିନ୍ଦୁ

🔥 Trending searches on Wiki ଓଡ଼ିଆ:

କାଳିନ୍ଦୀ ଚରଣ ପାଣିଗ୍ରାହୀନୃସିଂହନାଥ ଖୁଣ୍ଟିଆରାମଚନ୍ଦ୍ର ବେହେରାଗୋପବନ୍ଧୁ ଦାସବୁଧବାରଭାରତୀୟ ସମ୍ବିଧାନଦଶାବତାରନମିତା ଅଗ୍ରୱାଲପାପମୋଚନୀ ଏକାଦଶୀଡଙ୍ଗରିଆ କନ୍ଧଗୋଦାବରୀଶ ମହାପାତ୍ର୧୯୩୪କ୍ଲେଭିଡିପିନଗୋବିନ୍ଦ ତ୍ରିପାଠୀଭଗବତ ଗୀତାସଂସ୍କୃତ ଭାଗବତଆମ୍ବନୂଆ ଦିଲ୍ଲୀସମ୍ବାଦ (ଖବରକାଗଜ)କାହ୍ନୁଚରଣ ମହାନ୍ତିଜନ ଗଣ ମନରାଜ୍ୟ ସଭାବିଭୂତି ଭୂଷଣ ପ୍ରଧାନକବି ପ୍ରସାଦ ମିଶ୍ରଶ୍ରୀନିବାସ ରାମାନୁଜନମସ୍କୋଶେର ଶାହ ସୁରୀମାର୍କଣ୍ଡ ଦାସଜ୍ଞାନକୋଷରାଧାମୋହନ ଗଡ଼ନାୟକପଦ୍ମଶ୍ରୀପୂରଣବାଚକ ସଂଖ୍ୟାକୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଗୋଦାବରୀଶ ମିଶ୍ରଭାତଆଶୁତୋଷ ପରିଡ଼ାଶିଖରଚଣ୍ଡୀଦେବସ୍ନାନ ପୂର୍ଣ୍ଣିମାଭାଷାକିରଣ ବେଦୀମୁମ୍ବାଇଲକ୍ଷ୍ମଣ ମିଶ୍ରରାଜକିଶୋର ପଟ୍ଟନାୟକଜଳ ପ୍ରଦୂଷଣମଧୁସୂଦନ ରାଓଧାମରାଭୀମ ଭୋଇଲିଚୁଜୟୀ ରାଜଗୁରୁପଠାଣି ପଟ୍ଟନାୟକହନୁମାନ ଜୟନ୍ତୀଜୁଲିଅସ ସିଜରଯକୃତନବୀନ ପଟ୍ଟନାୟକକିଶୋରୀ ଚରଣ ଦାସକାଳୀଚରଣ ପଟ୍ଟନାୟକଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ୧୪ ଅପ୍ରେଲଚାଣକ୍ୟସରଳା ଦେବୀସ୍ତନ୍ୟପାୟୀ୧ ଅପ୍ରେଲସଞ୍ଚିତା ମହାନ୍ତିଅମିୟ କୁମାରୀ ପାଢ଼ୀଓଡ଼ିଶାର ଜିଲ୍ଲାମାନଙ୍କର ତାଲିକାଭଦଭଦଳିଆରାଶି ଓ ନକ୍ଷତ୍ରଶାମ୍ବ (କୃଷ୍ଣଙ୍କ ପୁତ୍ର)🡆 More