ସାଇକେଲ

ସାଇକଲ ବା ବାଇସାଇକଲ ହେଉଛି ଏକ ଦୁଇ ଚକିଆ ଯାନ ଯାହାକୁ ମଣିଷ ନିଜ ମାଂସପେଶୀୟ ଶକ୍ତିଦ୍ୱାରା ପେଡାଲ ମାରି ଚଳାଇଥାଏ ।

ସାଇକଲ
ସାଇକଲ

ନାମ

ସାଇକଲକୁ ଓଡ଼ିଆରେ ଆଗରୁ "ଶୁନଗାଡ଼ି" କୁହାଯାଉଥିଲା । ଏବେ ଏହି ଶବ୍ଦ ମୃତ । ମନୋଜ ଦାସ ନିଜ କିଛି କ୍ଷୁଦ୍ର ଗଳ୍ପରେ ସାଇକଲ ପରିବର୍ତ୍ତେ "ଦ୍ୱିଚକ୍ର" ଶବ୍ଦର ବ୍ୟବହାର କରିଛନ୍ତି ।

ଇତିହାସ

ପ୍ରଥମେ ଯେତେବେଳେ ସାଇକେଲଟି ନିର୍ମିତ ହେଲା ତାହା ଦେଖିବାକୁ ବର୍ତ୍ତମାନର ଏକ ସ୍କେଟବୋର୍ଡ଼ ପରି ଥିଲା । ୧୭୯୧ରେ ଫ୍ରାନ୍ସର ନାଗରିକ କୋମେଟ ମେଡେ ଡି ସିଭରାକ୍ ନିର୍ମାଣ କରିଥିଲେ ଏକ ଭିନ୍ନ ଧରଣର ସାଇକେଲ, ଏହାର ସିଟ୍ ବହୁତ ଉଚ୍ଚରେ ରହୁଥିଲା । ଏଥିରେ ପେଡ଼ାଲ ନଥିଲା; ଏହାକୁ ଲୋକମାନେ ନିଜଗୋଡରେ ଠେଲିଠେଲି ଚଳାଉଥିଲେ । ପ୍ରାୟ ୧୮୧୭ ମସିହା ବେଳକୁ ଜର୍ମାନୀର ବେରୋନ କାର୍ଲବାନ୍ ଡ୍ରେସ୍ ହ୍ୟାଣ୍ଡେଲ ରହିଥିବା ଏକ ସାଇକେଲ ନିର୍ମାଣ କରିଥିଲେ । ଏହାର ନାମ ଥିଲା "ଡ୍ରେସିନେ" । ଦୁଇଟି ସମାନ ଆକାରର କାଠ ଚକା, ବସିବା ପାଇଁ ଏକ ସିଟ ସହିତ ହ୍ୟାଣ୍ଡେଲ ରହିଥିଲା । ଗୋଡ଼ରେ ଠେଲି ଠେଲି ଚଳାଯାଉଥିବା ଏହି ସାଇକେଲଟି ସମ୍ପୁର୍ଣ୍ଣ ଭାବେ କାଠରେ ତିଆରି ହୋଇଥିବାରୁ ଲୋକମାନେ ‘କାଠଘୋଡା’ ବୋଲି କହୁଥିଲେ । ୧୮୧୮ରେ ପ୍ୟାରିସରେ ଆୟୋଜିତ ଏକ ପ୍ରଦର୍ଶନୀରେ ଲୋକମାନେ ଏହି ଅଦ୍ଭୁତ ସାଇକେଲକୁ ପ୍ରଥମଥର ଲାଗି ଦେଖିଥିଲେ, କିନ୍ତୁ ଏହା ଲୋକପ୍ରିୟତା ଅର୍ଜନ କରିପାରି ନଥିଲା । ୧୮୩୯ରେ ସାଇକେଲ ନିର୍ମାଣରେ ବହୁତ ପରିବର୍ତ୍ତନ ଆସିଥିଲା, କାରଣ ସ୍କଟଲାଣ୍ଡର ଜଣେ ଲୁହାର ସାଇକେଲର ଆଗ ଚକାରେ ଏକ ପେଡାଲ ଲଗାଇଥିଲେ । କ୍ରିକପ୍ୟାଟ୍ରିକ ମ୍ୟାକମିଲାନ ସାଇକେଲର ଆଗ ଚକାରେ ଏକ ପେଡାଲ ଲଗାଇ ପାହାଡ଼ ଚଢିପାରୁଥିଲେ । ଏହା ସେତେବେଳେ ପରିବହନ କ୍ଷେତ୍ରରେ ବ୍ୟବହୃତ କରାଯାଉଥିଲା । କିନ୍ତୁ ଏଥିରେ ବ୍ରେକ୍ ନଥିବାରୁ ଗଡାଣିଆ ସ୍ଥାନରେ ରୋକିବା ଅତ୍ୟନ୍ତ କଷ୍ଟକର ହେଉଥିଲା । ଏହି ସାଇକେଲକୁ ‘ଫାଷ୍ଟ ଫୁଟ’ ବୋଲି କୁହାଯାଉଥିଲା । ୧୮୪୫ରେ ଫ୍ରାନ୍ସର ନିକୋଲସ ସାଇକେଲର ବ୍ରେକ ଲଗାଇବା ସହ ଚକାଗୁଡିକୁ ଲୁହାରେ ନିର୍ମାଣ କରିଥିଲେ । ଏହି ସାଇକେଲଟି ଚାଲିବା ବେଳେ ମାତ୍ରାଧିକ ଶବ୍ଦ କରୁଥିଲା, ତେଣୁ ଲୋକମାନେ ଏହାକୁ ‘ବୋନ ସେକର’ ବୋଲି କହୁଥିଲେ । ଏହାପରେ ୧୮୬୫ରେ ପରବର୍ତ୍ତୀ ବିକଶିତ ସାଇକେଲ ନିର୍ମିତ ହୋଇଥିଲା । ଏଥିରେ ସାଇକେଲର ଆଗ ଚକରେ ସିଧାସଳଖ ଭାବେ ପେଡାଲ ଲଗାଯାଇଥିଲା । ୧୮୭୦ରେ ପ୍ରଥମ ମେଟାଲ ସାଇକେଲ ଆବିଷ୍କୃତ ହୋଇଥିଲା । ଏଥିରେ ମଧ୍ୟ ପେଡାଲ ଆଗ ଚକରେ ଲାଗିଥିଲା । କିନ୍ତୁ ଏଥିରେ ବଡ଼ ଧରଣର କେତେକ ପରିବର୍ତ୍ତନ କରାଯାଇଥିଲା । ସାଇକେଲର ଆଗ ଚକଟି ପଛ ଚକ ଅପେକ୍ଷା ଅଧିକ ବଡ଼ ଥିଲା, କିନ୍ତୁ ଏହା ମନକୁ ମନ ବୁଲି ପାରୁନଥିଲା । ନିର୍ମାତାମାନଙ୍କର ଚିନ୍ତାଧାରା ଏହା ଥିଲା ଯେ, ସାଇକେଲର ଆଗଚକ ବଡ଼ ରହିଲେ ଅଳ୍ପ ପରିଶ୍ରମରେ ଅଧିକ ଦୂର ଯାତ୍ରା କରିହେବ । ଚକାଗୁଡିକରେ ରବର ଓ ସ୍ପୋକ ବ୍ୟବହାର କରାଯାଇଥିଲା ଫଳରେ ଏହା ପୂର୍ବପରି ଅଧିକ ଶବ୍ଦ କରୁନଥିଲା । ବିଭିନ୍ନ ନିର୍ମାତାମାନେ ସାଇକେଲକୁ ବିକଶିତ କରିବାକୁ ଯାଇ ଏହାର ଆଗ ଚକାକୁ ପ୍ରାୟ ୧.୫ମିଟର ପର୍ଯ୍ୟନ୍ତ ଉଚ୍ଚ କରିଥିଲେ । ୧୮୬୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଏହାର ଭିନ୍ନ ଭିନ୍ନ ନାମ ରହିଥିଲା । ଏହାପରେ ଲୋକମାନେ ଏହି ଗାଡିକୁ ବାଇସାଇକେଲ(ଦୁଇ ଚକିଆ ଯାନ) କହିବା ଆରମ୍ଭ କଲେ । ୧୮୬୯ରେ ପେନ୍ନୀ-ଫାରଥିଙ୍ଗ ବା ଉଚ୍ଚ ଚକା ଯାନ ନିର୍ମିତ ହୋଇଥିଲା । ବଡ଼ ଚକା ଫଳରେ ଏହା ଅଳ୍ପ ପରିଶ୍ରମରେ ଅଧିକ ବାଟ ଯାଉଥିଲା, କିନ୍ତୁ ଏଥିରେ ଅତ୍ୟଧିକ ଦୁର୍ଘଟଣା ମଧ୍ୟ ଘଟୁଥିଲା । ଏହାର କାରଣ ଥିଲା ଚାଳକ ଜଣକ ଭୂମିଠାରୁ ଅଧିକ ଉଚ୍ଚରେ ବସୁଥିଲା । ଆଗ ଚକର ଉଚ୍ଚତା ୧.୫ମିଟର ହୋଇଥିବା କାରଣରୁ ଯଦି ଆଗଚକା ହଠାତ୍ ବନ୍ଦ ହୋଇଗଲା ତେବେ ଚାଳକଙ୍କ ଗୋଡ ତଳକୁ ନ ପାଇବା କାରଣରୁ ଅଧିକାଂଶ ସମୟରେ ସେ ଆଗକୁ ପଡ଼ିଯାଉଥିଲା । ୧୮୮୦ ମସିହାର ମଧ୍ୟ ଭାଗରେ ବ୍ରିଟିଶ୍ ସାଇକେଲ ନିର୍ମାତା ଜେମ୍ସ ଷ୍ଟେରଲୀ ଏକ ସାଇକେଲ ବିକଶିତ କରିଥିଲେ, ଯାହାର ନାମ ସେ ଦେଇଥିଲେ ‘ସୁରକ୍ଷିତ ବାଇସାଇକେଲ’ । ଅତ୍ୟାଧୁନିକ ସାଇକେଲ ପରି ଏହାର ଆଗ ଓ ପଛ ଚକା ସମାନ ଆକାରର ହୋଇଥିବା ବେଳେ ଦୁଇଚକର ମଝିରେ ରହିଥିଲା ପେଡାଲ ଏବଂ ନୂତନ କରି ବାହାରିଥିବା ଚେନ ଓ ସ୍ପକେଟ ଏହାର ପଛଚକାକୁ ଟାଣୁଥିଲା । ଏହି ସାଇକେଲଟି ଅନ୍ୟ ସାଇକେଲ ତୁଳନାରେ ଖୁବ୍ ହାଲକା ଥିଲା ଏବଂ ଜଣେ ଲୋକ ଏହାକୁ ଆରାମରେ ଅଳ୍ପ ବଳ ଖଟାଇ ଚଳାଇ ପାରୁଥିଲା । ସେ ପର୍ଯ୍ୟନ୍ତ ସାଇକେଲର ଚକାରେ କେବଳ ରବର ଲଗାଯାଉଥିଲା । ଏହା ବ୍ୟତୀତ ସାଇକେଲଟି ଅଧିକ ଲମ୍ବା ନଥିବା ଓ ସ୍ପୋକ ବିହୀନ ହୋଇଥିବା କାରଣରୁ ଫାରଥିଙ୍ଗ ସାଇକେଲ ତୁଳନାରେ ଏହାକୁ ଚଳାଇବା ଅଧିକ କଷ୍ଟକର ଥିଲା । ଜଣେ ଇରିସ ନାଗରିକ ଡୁନଲୋପ ପ୍ରଥମେ ବାୟୁଚାଳିତ ଟାୟାର ଏହି ସାଇକେଲରେ ଲଗାଇଥିଲେ । ସେ ନିଜ ପୁତ୍ରକୁ ଏକ ଆରାମଦାୟକ ସାଇକେଲ ପ୍ରଦାନ କରିବାକୁ ଯାଇ ଏପରି କରିଥିଲେ । ଏହାପରେ ପଛଚକାକୁ ଏପଟସେପଟ ବୁଲିବା ପରି ବିକଶିତ କରାଯିବା ପରେ ଚାଳକମାନେ ବିପଦମୁକ୍ତ ସାଇକେଲ ଚାଳନା କରିବାର ଅନୁଭବ ହାସଲ କରିଥିଲେ । ୧୮୯୦ମସିହା ପରବର୍ତ୍ତୀ ସମୟରେ ବ୍ରେକ, ଗିୟର, ହାତରେ ନିୟନ୍ତ୍ରଣ କରିବା ଲାଗି ବ୍ରେକ କେବୁଲ ଆଦି ନିର୍ମିତ ହୋଇଥିଲା । ସାଇକେଲରେ ଏତେସବୁ ପରିବର୍ତ୍ତନ ହୋଇ ବି ଲୋକମାନଙ୍କ ନିକଟରେ ଏହା ବିଶେଷ ଆଦୃତ ହୋଇପାରିନଥିଲା । ସାଇକେଲ ସମାଜରେ ଦ୍ରୁତ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଥିଲା । ମହିଳାମାନେ ଆତ୍ମନିର୍ଭରଶୀଳ ଓ ଗତିଶୀଳ ହୋଇଥିବା ବେଳେ ଗରିବ ଲୋକମାନେ ଦୂରସ୍ଥାନକୁ କାର୍ଯ୍ୟ ଅନ୍ୱେଷଣରେ ଯାତ୍ରା କରୁଥିଲେ । ସମୟ ଗଡିବା ସହିତ ବିଭିନ୍ନ ସ୍ଥାନରେ ସାଇକେଲ କ୍ଳବ, ସାଇକେଲ ରେସିଂ ଓ ଟୁରିଂର ଆୟୋଜନ ହୋଇଥିଲା, ଯାହା ସାଇକେଲକୁ ଅଧିକ ଲୋକପ୍ରିୟ କରିଥିଲା । ସମୟ ସହ ତାଳ ଦେଇ ସାଇକେଲରେ ଅନେକ ପରିବର୍ତ୍ତନ ଆସିଛି । ରେସିଂ ସାଇକେଲର ସ୍ପିଡ୍ କୌଣସି ଇନ୍ଧନ ଚାଳିତ ଗାଡିଠାରୁ କମ୍ ନୁହେଁ । ଭାରତରେ ସ୍ୱାଧୀନତା ପରବର୍ତ୍ତୀ ସମୟରେ ସାଇକେଲର ବ୍ୟବହାର ଅଧିକ ବୃଦ୍ଧି ପାଇଥିଲା । ପରିବହନ କ୍ଷେତ୍ରରେ ସାଇକେଲ ହିଁ ଥିଲା ଏକମାତ୍ର ବାହନ ।

ଟୀକା

ବାହାର ଲିଙ୍କ

Tags:

ସାଇକେଲ ନାମସାଇକେଲ ଇତିହାସସାଇକେଲ ଟୀକାସାଇକେଲ ବାହାର ଲିଙ୍କସାଇକେଲ

🔥 Trending searches on Wiki ଓଡ଼ିଆ:

ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣିଅଂଶୁପା ହ୍ରଦସୁଇଜରଲ୍ୟାଣ୍ଡହମିଦା ବାନୁ ବେଗମଅଷ୍ଟ୍ରିଆସତ୍ୟେନ୍ଦ୍ର ନାଥ ବୋଷବାଘଦାସିଆ ବାଉରୀବଳଦେବଜୀଉ ମନ୍ଦିରଟ୍ରାଲୋକିନୁମାବବୃହସ୍ପତିଗୌରୀଶଙ୍କର ରାୟଆପେଣ୍ଡିସାଇଟିସଅଭିରାମ ପରମହଂସପ୍ରଥମ ବିଶ୍ୱଯୁଦ୍ଧବେଲକୋଳିୟୁ ଟ୍ୟୁବରାମଚନ୍ଦ୍ର ବେହେରାବଳବ୍ରୁସେଲୋସିସମୌଳିକ ସଂଖ୍ୟାରୋହିତ ଶର୍ମାଆଖିଓଡ଼ିଶା ପ୍ରିମିଅର ଲିଗଶିବଅକ୍ଷୟ ତୃତୀୟାଓଡ଼ିଶା ସରକାରଜୟଦେବଶ୍ରବଣା (ନକ୍ଷତ୍ର)କୃଷ୍ଣଚନ୍ଦ୍ର ପାଣିଗ୍ରାହୀଓଡ଼ିଶାମାୟାଧର ମାନସିଂହବେଦଯାଜପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)ଶରତ କୁମାର ମହାନ୍ତିଉତ୍କଳ ସଙ୍ଗୀତ ମହାବିଦ୍ୟାଳୟଶାନ୍ତନୁ କୁମାର ଆଚାର୍ଯ୍ୟବିନ୍ଦୁପ୍ରହ୍ଲାଦ ନାଟକକାଟୁଲୁ ରବି କୁମାରପକ୍ଷଅଣ୍ଡାକାଳିଚରଣ ପଟ୍ଟନାୟକଭାନୁଜୀ ରାଓମେହମୁଦ ହୁସେନଗ୍ରହ୩୦ ଅପ୍ରେଲଭଣ୍ଡ ଗଣେଶଗଙ୍ଗାଧର ମେହେରକୃଷ୍ଣଓଡ଼ିଆ ସାହିତ୍ୟର ଇତିହାସ୨୪ ଅପ୍ରେଲଗୁରୁ ପ୍ରସାଦ ମହାନ୍ତିଲକ୍ଷ୍ମୀକାନ୍ତ ମହାପାତ୍ରସମ୍ବଲପୁର ଜିଲ୍ଲା୨୦୦୬କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକାରଥମହାବିଦ୍ୟାଘରବେଣୁଧର ରାଉତଶତ୍ରୁଘ୍ନ ପାଣ୍ଡବରବୀନ୍ଦ୍ରନାଥ ଠାକୁରଚିଲିକା (କବିତା)ପ୍ରତୀକ୍ଷାବି. ଆର. ଆମ୍ବେଦକର୭ (ସଂଖ୍ୟା)ଇଣ୍ଟରନେଟମାଲକାନଗିରି ଜିଲ୍ଲାଅର୍ଥଶାସ୍ତ୍ରବାମାଚରଣ ମିତ୍ରଓଡ଼ିଆ ଖାଦ୍ୟବାରବାଟି ଦୁର୍ଗସାରଳା ଦାସ🡆 More