ସନ୍ଥ କବି ଭୀମ ଭୋଇଙ୍କ ଜୀବନୀ।।।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲ ର ମଧୁପୁର ଗ୍ରାମ ରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ ।[୧] ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।[୨]
ଜୀବନୀ ମହିମା ଧର୍ମ ରଚନାବଳୀ ଟୀକା ଅଧିକ ପଠନ
Bhima bhoi was a very big poet. He was blind but even after that he didn't stopped to write poems. His Poems were "Bhima Bhoi" and many others. He was from the state of odisha. I would like to say that we should be around of our legends like ଭୀମ ଭୋଇ (Bhima Bhoi).
-Satwik 2401:4900:1C01:19BE:2CB1:C14D:815D:421E ୨୧:୧୫, ୧ ଅକ୍ଟୋବର ୨୦୨୨ (IST)
This article uses material from the Wikipedia ଓଡ଼ିଆ article ଆଲୋଚନା:ଭୀମ ଭୋଇ, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 4.0 ରେ ଉପଲବ୍ଧ । Images, videos and audio are available under their respective licenses.
®Wikipedia is a registered trademark of the Wiki Foundation, Inc. Wiki ଓଡ଼ିଆ (DUHOCTRUNGQUOC.VN) is an independent company and has no affiliation with Wiki Foundation.