ମାସର ବଛା ଲେଖା ଅନୁରୋଧ‌‌‌/୨୦୧୮


    ଜାନୁଆରୀ ୨୦୧୮

ଚିତାବାଘ (ଈଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ଵା ଓ ଲାଞ୍ଜ ଲମ୍ଵା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ ।


ପୁରା ପଢନ୍ତୁ...


    ଫେବୃଆରୀ ୨୦୧୮

କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ କୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ ସୃଷ୍ଟି (ଇଂରାଜୀରେ: Tumor) କରିଥାଏ ।

ପୁରା ପଢନ୍ତୁ...


    ମାର୍ଚ୍ଚ ୨୦୧୮

ମାସର ବଛା ଲେଖା ଅନୁରୋଧ‌‌‌/୨୦୧୮

ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ଵୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା ।

ପୁରା ପଢନ୍ତୁ...


    ଅପ୍ରେଲ ୨୦୧୮

ଓଡ଼ିଶା ମାନଚିତ୍ର

ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।

ପୁରା ପଢନ୍ତୁ...


    ମଇ ୨୦୧୮

୪୦ ସପ୍ତାହରେ ଭୃଣ

ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍‌ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ‌.ପି. ବା ଶେଷ ଋତୁସ୍ରାବଠାରୁ ଶିଶୁ ଜନ୍ମ ପର୍ଯ୍ୟନ୍ତ ୪୦ ସପ୍ତାହ ଧରି ଏହି ସମୟ ବା ଗର୍ଭାବସ୍ଥା ରହେ । ଚାନ୍ଦ୍ର ମାସ ଅନୁସାରେ ଏହି ସମୟ ୯ ମାସରୁ ଅଧିକ ହୁଏ ଯେହେତୁ ଏହି ମାସର ଅବଧି ୨୯ ୧/୨ ଦିନ ଥାଏ । ଗର୍ଭାଧାନ (fertilisation) ସମୟରୁ ହିସାବ କଲେ ଏହା ୩୮ ସପ୍ତାହ ହୁଏ । ଗର୍ଭାଧାନରୁ ପ୍ରଥମ ୮ ସପ୍ତାହ ପର୍ଯ୍ୟନ୍ତ ଗର୍ଭସ୍ଥ ଶିଶୁକୁ ଭୃଣ (embryo) କୁହାଯାଏ ଓ ତା ପରେ ଜନ୍ମ ପର୍ଯ୍ୟନ୍ତ ଫିଟସ (fetus) କୁହାଯାଏ ।ଗର୍ଭାବସ୍ଥାର ପ୍ରଥମ ସମୟରେ ଋତୁସ୍ରାବ ବନ୍ଦ ହୋଇଯାଏ, ସ୍ତନ ଦରଜ ହୁଏ, ପ୍ରାତଃ ବେମାରୀ ବା ମର୍ନିଙ୍ଗ ସିକନେସ (nausea and vomiting) ହୁଏ, ଭୋକ ବେଶି ହୁଏ ଓ ବାରମ୍ବାର ପରିସ୍ରା ହୁଏ ।ପ୍ରେଗନାନସି ଟେସ୍ଟ (pregnancy test) ବା ପରୀକ୍ଷା କରି ଗର୍ଭାଧାନ ହୋଇଛି କି ନାହିଁ ଜଣାଯାଏ ।


ପୁରା ପଢନ୍ତୁ...


    ଜୁନ ୨୦୧୮

ମାସର ବଛା ଲେଖା ଅନୁରୋଧ‌‌‌/୨୦୧୮

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । [୧] ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

ପୁରା ପଢନ୍ତୁ...


    ଜୁଲାଇ ୨୦୧୮

ଫିଫା ବିଶ୍ଵକପ

ଫିଫା ବିଶ୍ଵକପ (ଈଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘ ଦ୍ଵାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ଵକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ଵର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ଵିତୀୟ ବିଶ୍ଵଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ଵକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା ୨୦୧୪ ମସିହାରେ ବ୍ରାଜିଲ୍‍ଠାରେ ଅନୁଷ୍ଠିତ ବିଶ୍ଵକପ ପ୍ରତିଯୋଗିତାରେ ଜର୍ମାନୀ ବିଶ୍ଵବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।


ପୁରା ପଢ଼ନ୍ତୁ...


    ଅଗଷ୍ଟ ୨୦୧୮

ମାସର ବଛା ଲେଖା ଅନୁରୋଧ‌‌‌/୨୦୧୮

ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।


ପୁରା ପଢନ୍ତୁ...


    ସେପ୍ଟେମ୍ବର ୨୦୧୮
    The featured article for this month has not yet been chosen.

    ଅକ୍ଟୋବର ୨୦୧୮

ମାସର ବଛା ଲେଖା ଅନୁରୋଧ‌‌‌/୨୦୧୮

ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ । ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ । ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।

ପୁରା ପଢନ୍ତୁ...


    ନଭେମ୍ବର ୨୦୧୮
    The featured article for this month has not yet been chosen.

    ଡିସେମ୍ବର ୨୦୧୮

ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍‍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ଵୀମାନେ ବଡ଼ ଧୁମ୍‍ଧାମ୍‍ର ସହିତ ପ୍ରତିବର୍ଷ ଡିସେମ୍ଵର ୨୫ ତାରିଖ ଦିନ ପାଳନ କରିଥାନ୍ତି ।ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ଵାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।


ପୁରା ପଢନ୍ତୁ...

Tags:

ଚିତାବାଘ

🔥 Trending searches on Wiki ଓଡ଼ିଆ:

ତ୍ରିଭୁଜହିମାଳୟଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟରରାଜା ରାମମୋହନ ରାୟଭିତରକନିକା ଜାତୀୟ ଉଦ୍ୟାନଲକ୍ଷ୍ମୀନାରାୟଣ ସାହୁଓଡ଼ିଶାର ସଂସ୍କୃତିହରପ୍ରସାଦ ଦାସମାର୍କଣ୍ଡ ଦାସସୁନାସଞ୍ଚୟ ଖାତାସଚ୍ଚିଦାନନ୍ଦ ରାଉତରାୟଅହଲ୍ୟା (ଓଡ଼ିଆ କଥାଚିତ୍ର)ଦଗ୍ଧପର୍ଫେନାଜାଇନବିଜୁ ଜନତା ଦଳଜୈନ ଧର୍ମଭାରତୀୟ ଜନଗଣନାଭି. କାର୍ତ୍ତିକେୟ ପାଣ୍ଡିଆନଚନ୍ଦ୍ରଶେଖର ନନ୍ଦଓଡ଼ିଶାର ଭୂଗୋଳଶାମ୍ବ (କୃଷ୍ଣଙ୍କ ପୁତ୍ର)ଓଡ଼ିଶାର ମୁଖ୍ୟମନ୍ତ୍ରୀମାନଙ୍କର ତାଲିକାଚନ୍ଦନ ଯାତ୍ରାଚିତ୍ତରଞ୍ଜନ ଦାସସୁଭାଷ ଚନ୍ଦ୍ର ବୋଷକଲମଚୁଡ଼ାକାକଟପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)କୃଷ୍ଣ ଜନ୍ମାଷ୍ଟମୀକଳାପାହାଡ଼କ୍ଲେଭିଡିପିନଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବରବନ୍ଦେ ଉତ୍କଳ ଜନନୀସୁଦଶା ବ୍ରତଜୟନାରାୟଣ ମିଶ୍ରଭାରତୀୟ ଜାତୀୟ କଂଗ୍ରେସଭାରତର ରାଷ୍ଟ୍ରପତି ମାନଙ୍କର ତାଲିକାହନୁମାନ ଜୟନ୍ତୀକାଞ୍ଚନ ଅୱସ୍ତିଗୀତଗୋବିନ୍ଦଚୈତ୍ର୨୧ ମାର୍ଚ୍ଚଓଡ଼ିଆ ଭାଗବତବୀର ସୁରେନ୍ଦ୍ର ସାଏନବକୃଷ୍ଣ ଚୌଧୁରୀରାବଣଜଳ ପ୍ରଦୂଷଣବୀରକିଶୋର ଦାସବର୍ଷା ପ୍ରିୟଦର୍ଶିନୀଇରା ମହାନ୍ତିନୂଆ ଦିଲ୍ଲୀଦହି ହାଣ୍ଡିଚୌଧୁରୀ ବିକାଶ ଦାସଓଡ଼ିଶା ବିଧାନ ସଭାପୂଜା (ଉପାସନା)ସଚିନ ତେନ୍ଦୁଲକରବୈଷ୍ଣବ ଚରଣ ପଟ୍ଟନାୟକଅଶୋକାଷ୍ଟମୀପ୍ରଦୂଷଣଆନନ୍ଦପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)ଧାମରା🡆 More