ଗଜ ଉଦ୍ଧାରଣ ବେଶ

ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍‌କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।

ବେଶ

ଗଜଉଦ୍ଧାରଣ ବେଶ ଦି’ପହର ଧୂପ ସରିବା ପରେ ହୋଇ ସନ୍ଧ୍ୟାରେ ସାହାଣ ମେଲା ହେବା ଯାଏ ରହିଥାଏ । ଗଜ ଉଦ୍ଧାରଣ ବେଶର ବିଶେଷତ୍ୱ ହେଲା ଏହି ବେଶରେ ଜଗନ୍ନାଥବଳଭଦ୍ର ଚତୁଃହସ୍ତ ରୂପେ ଓ ସୁଭଦ୍ରା ଦ୍ୱିଭୁଜ ବିଶିଷ୍ଟା ହୁଅନ୍ତି । ଚତୁଃହସ୍ତଧାରୀ ଶ୍ରୀ ଜଗନ୍ନାଥ ଗରୁଡ଼ ଉପରେ ବସିଥିବା ପ୍ରଦର୍ଶିତ ହୋଇଥାଏ । ଉଡ୍ଡୟନରତ ଭଙ୍ଗୀରେ ଥିବା ଦୁଇଟି ପକ୍ଷ ବିଶିଷ୍ଟ ଗରୁଡ଼ ମୁଖ୍ୟତଃ କାଠ, ଶୋଲ ଏବଂ ଜରିରେ ନିର୍ମିତ ହୋଇଥାଏ। ପକ୍ଷ ବିସ୍ତାରି ଉଡୁଥିବା ଗରୁଡ଼ ପୃଷ୍ଠରେ ଜଗନ୍ନାଥ ପଦ୍ମାସନ ଭଙ୍ଗୀରେ ବସିଥାନ୍ତି ଶ୍ରୀ ଜଗନ୍ନାଥଙ୍କ ଚାରିହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଇଥାଏ । ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଉର୍ଦ୍ଧ୍ୱ ଦୁଇ ହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ତଥା ନିମ୍ନ ଦୁଇ ହସ୍ତରେ ହଳ (ବାମ) ଓ ମୂଷଳ (ଦକ୍ଷିଣ) ଧାରଣ କରିଥାନ୍ତି । ସୁଭଦ୍ରା ଦୁଇଭୁଜ ଓ ଦୁଇ ପଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗୀରେ ଛିଡ଼ା ହୋଇଥାନ୍ତି। ଦେବୀଙ୍କ ହସ୍ତଦ୍ୱୟ ମୁଷ୍ଟିବଦ୍ଧ ତଥା ତଳ ଉପର ହୋଇ ରହିଥାଏ ଏବଂ ସେ ଧରିଥାଆନ୍ତି ପଦ୍ମ କଳିକାଟିଏ ।ଏହି ବେଶରେ କାଠ ଓ ଶୋଲ ନିର୍ମିତ ଦୁଇଟି ହସ୍ତୀ ପ୍ରତିମୂର୍ତ୍ତି ବ୍ୟବହୃତ ହୋଇଥାଏ । ଗୋଟିଏ ହସ୍ତୀ ବଳଭଦ୍ରଙ୍କ ସମୀପରେ ରତ୍ନ ସିଂହାସନ ଆଗରେ ପୋଖରୀଆରେ ଏବଂ ଅନ୍ୟଟି ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ରଖାଯାଇଥାଏ । ଜଗନ୍ନାଥଙ୍କ ସମ୍ମୁଖରେ ଥିବା ଗଜଟି ଆର୍ତ୍ତ ହରଣ ପାଇଁ ଆକୁଳ ନିବେଦନ କରୁଥିବା ଭଙ୍ଗୀରେ ପ୍ରଦର୍ଶିତ ହୁଏ । ତା’ର ପାଦଗୁଡ଼ିକ ମଧ୍ୟରେ ଥାଏ ଆକ୍ରମଣରତ କୁମ୍ଭୀରର ପିତୁଳା ଏବଂ ହସ୍ତୀଟିର ଟେକି ହୋଇଥିବା ଶୁଣ୍ଢରେ ପ୍ରସ୍ଫୁଟିତ ପଦ୍ମଫୁଲ ଶୋଭା ପାଇଥାଏ ।

ଅଳଙ୍କାର

ଗଜଉଦ୍ଧାରଣ ବେଶରେ ତିନି ଠାକୁରଙ୍କ ମଥାରେ ଚୂଳ ଓ କିରୀଟ ସହ ସୁବର୍ଣ୍ଣ ନିର୍ମିତ ପଦ୍ମମାଳି, କଦମ୍ବମାଳି ପ୍ରଭୃତିରେ ଭୁଷିତ ହୋଇଥାନ୍ତି । ଏହି ବେଶ ସମୟତକ ରତ୍ନସିଂହାସନରେ ଶୋଭା ପାଉଥିବା ଲକ୍ଷ୍ମୀଙ୍କର ସୁବର୍ଣ୍ଣପ୍ରତିମାଙ୍କୁ ଜଗନ୍ନାଥଙ୍କ କୋଳରେ ରଖାଯାଏ ।

ଭୋଗ

କ୍ଷୀରିଅମାଲୁ ସ୍ୱତନ୍ତ୍ର ଭୋଗ ରୂପେ ଅର୍ପିତ ହୋଇଥାଏ ।

ଆଧାର

ବାହାର ଆଧାର

Tags:

ଗଜ ଉଦ୍ଧାରଣ ବେଶ ବେଶଗଜ ଉଦ୍ଧାରଣ ବେଶ ଆଧାରଗଜ ଉଦ୍ଧାରଣ ବେଶ ବାହାର ଆଧାରଗଜ ଉଦ୍ଧାରଣ ବେଶ

🔥 Trending searches on Wiki ଓଡ଼ିଆ:

ଶ୍ରୀମନ୍ଦିରର ଷୋଡ଼ଶ ମଣ୍ଡପତାଳଧ୍ୱଜଭଦ୍ରକଗୀତଗୋବିନ୍ଦତମନ୍ନା ବ୍ୟାସବ୍ରାଉଜରଭାରତର ସଂସଦଭାରତଅନନ୍ତ ପଟ୍ଟନାୟକତାଳଚେର ତାପଜ ବିଦ୍ୟୁତ କେନ୍ଦ୍ରମୋନିକା ସେଲ୍ସ୨୮ ଫେବୃଆରୀଓଡ଼ିଶାର କଳାମୟୂରଶବ୍ଦ (ପଦ)ଉଇକିପିଡ଼ିଆ ସମୂହର ତାଲିକାଟୁକୁନି ସାହୁଜଗନମୋହ‌ନ ଲାଲଓଡ଼ିଶୀଭାନୁମତୀ (ଦୁର୍ଯୋଧନଙ୍କ ପତ୍ନୀ)ରବୀନ୍ଦ୍ରନାଥ ଠାକୁରଜ୍ଞାନକୋଷ୪ ଇଡିଅଟସ୍ହେପାଟାଇଟିସ୨୭ ଜୁନନାରାୟଣ ସାହୁସାମାଜିକ ଆନ୍ଦୋଳନଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣିସ୍ତନଅଚ୍ୟୁତ ନାୟକ୧୮ ଅକ୍ଟୋବରରାମଚନ୍ଦ୍ର ବେହେରାଭାରତୀୟ ଜାତୀୟ କଂଗ୍ରେସକୁଞ୍ଜବିହାରୀ ଦାଶବିରଳା ମନ୍ଦିର, କୋଲକାତାଆଜାଦ ହିନ୍ଦ୍ ଫୌଜଲକ୍ଷ୍ମୀଗୁଣୁପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)ବାଙ୍କୀwiki.phtmlପ୍ରାଣକୃଷ୍ଣ ପରିଜାନବକଳେବରବଡ଼ ଏରାପ୍ରଦୀପ କୁମାର ପାଣିଗ୍ରାହୀବ୍ୟାଙ୍କମନୋଜ କୁମାର ମିଶ୍ରଆକବରଭଗବତୀ ଚରଣ ପାଣିଗ୍ରାହୀଜୟୀରାମ ସାମଲବୀର ସୁରେନ୍ଦ୍ର ସାଏବିର୍ସା ମୁଣ୍ଡାଓଡ଼ିଶା ବିଧାନ ସଭାରାଜା ରାମମୋହନ ରାୟବୃହସ୍ପତିଗ୍ରହଓଡ଼ିଆ ଲିପିବଉଳପୁରୀ ଜିଲ୍ଲାଇରା ମହାନ୍ତିଦେବଗଡ଼ ଜିଲ୍ଲାପକ୍ଷଭଣ୍ଡ ଗଣେଶଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକାନେତୃତ୍ୱଚାନ୍ଦ୍ରମାସବ୍ରଜନାଥ ରଥଶ୍ରୀରାଧାଆନନ୍ଦ ଭବନ ସଂଗ୍ରହାଳୟ ଓ ଅଧ୍ୟୟନ କେନ୍ଦ୍ରମନମୋହନ ସାମଲ🡆 More