ମହା ଶିବରାତ୍ରି: ଭଗବାନ ଶିବଙ୍କ ପୁଣ୍ୟ ବ୍ରତ ଦିନ ।

ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍‌ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।

ମହା ଶିବରାତ୍ରି
ମହା ଶିବରାତ୍ରି: ପୌରାଣିକ ଭିତ୍ତିଭୂମି, ଅଞ୍ଚଳ, ସଂକ୍ଷେପରେ
ଶିବ
ଅନ୍ୟ ନାମଶିବରାତ୍ରି
ପାଳନକାରୀଶିବ ମନ୍ଦିର ଓ ଶିବ ଭକ୍ତ
ପର୍ବ ପାଳନଉପବାସ, ଉଜାଗର, ପୂଜା
ତାରିଖଫାଲ୍‌ଗୁନ କୃଷ୍ଣ ଚତୁର୍ଦ୍ଦଶୀ
୨୦୨୩ ତାରିଖ୧୮ ଫେବୃଆରୀ (ଶନିବାର)
୨୦୨୪ ତାରିଖ୮ ମାର୍ଚ୍ଚ (ଶୁକ୍ରବାର)

ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ । ଭାରତର ବିଭିନ୍ନ ସ୍ଥାନରେ ଥିବା ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ କ୍ଷେତ୍ରରେ ଏହି ପର୍ବ ବେଶ ଭକ୍ତି ଓ ଉଲ୍ଲାସର ସହ ପାଳିତ ହୋଇଥାଏ ।

ପୌରାଣିକ ଭିତ୍ତିଭୂମି

ଦେବଦେବ ମହାଦେବଙ୍କଦ୍ୱାରା ଏଇ ଦିନ ସଂସାର ପ୍ରକଟ ହୋଇଥିଲା ବୋଲି ଲୋକେ ବିଶ୍ୱାସ କରିଥାନ୍ତି । ପୁରାଣର ଅନ୍ୟଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କଦ୍ୱାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ । ଏହି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ । ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ । ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି । ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବ ଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରି ଭାବରେ ପାଳନ କରାଯାଏ ।

ଶିବରାତ୍ରର ମହିମା ସମ୍ପର୍କରେ ମହାଭାରତର ଶାନ୍ତିପର୍ବରେ କଥିତ ଅଛି ଯେ ପିତାମହ ଭୀଷ୍ମ ଶରଶଯ୍ୟାରେ ଥାଇ ଧର୍ମୋପଦେଶ ଦେଲାବେଳେ ମହାଶିବରାତ୍ରି ପାଳନ ସମ୍ପର୍କରେ ଇକ୍ଷାକୁ ବଂଶର ରାଜା ଚିତ୍ରଭାନୁଙ୍କ କାହାଣୀ ଉଦ୍ଧାର କରିଥିଲେ । ଜମ୍ବୁଦ୍ୱୀପର ରାଜା ଚିତ୍ରଭାନୁଙ୍କ ସ୍ତ୍ରୀ ଥରେ ଶିବରାତ୍ରି ଉପବାସ ପାଳନ କରିଥିଲେ । ସେ ସମୟରେ ଋଷି ଅଷ୍ଟବକ୍ର ରାଜଦରବାରକୁ ଆସି ରାଜାଙ୍କୁ ଏହି ଦିବସ ପାଳନର କାରଣ ପୁଚ୍ଛାକରିଥିଲେ । ରାଜା ଜାତିସ୍ମର ଥିବାରୁ ନିଜ ପୂର୍ବଜନ୍ମର କାହାଣୀ ବର୍ଣ୍ଣନା କଲେ: ପୂର୍ବଜନ୍ମରେ ସୁସ୍ୱର ନାମରେ ସେ ଜଣେ ଶିକାରୀ ଥିଲେ । ଦିନେ ବଣରେ ବୁଲୁବୁଲୁ ସନ୍ଧ୍ୟା ହେଲା । ନିଜ କୁଟୀରକୁ ଫେରି ନ ପାରି ରାତିରେ ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷାପାଇବା ପାଇଁ ସେ ନିକଟରେ ଥିବା ବେଲଗଛ ଉପରକୁ ଚଢ଼ିଗଲେ । ରାତିସାରା ବେଲପତ୍ର ଛିଡ଼ାଇ ତଳକୁ ପକାଇବା ସହ ନିଜ ପରିବାର କଥା ଭାବି ଲୁହ ଝରାଇବାକୁ ଲାଗିଲେ । ତାଙ୍କ ଅଜାଣତରେ ସେହି ଲୁହ ଓ ପତ୍ର ବିଲ୍ୱ ବୃକ୍ଷର ପାଦଦେଶରେ ଥିବା ଶିବଲିଙ୍ଗ ଉପରେ ପଡୁଥାଏ । ସକାଳ ହେବାରୁ ସେ ଶିକାର ଧରି ଘରକୁ ଫେରିଲେ । ପ୍ରଥମେ ଜଣେ ଭିକ୍ଷୁକୁ କିଛି ଖାଦ୍ୟ ଦାନକରି ନିଜେ ଖାଦ୍ୟଗ୍ରହଣ କଲେ । କିଛି ବର୍ଷ ପରେ ତାଙ୍କ ମୃତ୍ୟୁ ହେବାରୁ ସେ ଶୈବଲୋକ ପ୍ରାପ୍ତ ହେଲେ । ଅଜ୍ଞାତରେ, ସେ ଶିବରାତ୍ରି ଦିନ ଉପବାସ ରହି ଶିବଲିଙ୍ଗ ଉପରେ ବେଲପତ୍ର ଓ ଲୋତକ ସମର୍ପଣ କରିଥିବାରୁ ସେ ଶିବଙ୍କ ପାଖରେ ରହିବାର ସୁଯୋଗ ଲାଭ କରି ପରଜନ୍ମରେ ଚିତ୍ରଭାନୁ ରୂପରେ ରାଜଗାଦି ଭୋଗ କଲେ ।

ଅଞ୍ଚଳ

ସମଗ୍ର ଓଡ଼ିଶାର ଶୈବପୀଠ, ବିଶେଷ କରି ଆଖଣ୍ଡଳମଣି ମନ୍ଦିର,ଆରଡ଼ି, କପିଳାସ ଶିବ ମନ୍ଦିର,କପିଳାସ, ଗୁପ୍ତେଶ୍ୱର ଗୁମ୍ଫା,ଗୁପ୍ତେଶ୍ୱର, ବେଦବ୍ୟାସ, ଲିଙ୍ଗରାଜ ମନ୍ଦିର,ଭୁବନେଶ୍ୱର,ଲୋକନାଥ ମନ୍ଦିର,ପୁରୀ, ମହେନ୍ଦ୍ରଗିରି, ହରିଶଙ୍କର ମନ୍ଦିର,ହରିଶଙ୍କର, ବିମଳେଶ୍ୱର ଦେଉଳ,ହୁମା, ଧବଳେଶ୍ୱର ମନ୍ଦିର,କଟକ-ଆଠଗଡରେ ଏହି ଦିନ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଏହା ପାଳନ କରିଥାନ୍ତି ।

ସଂକ୍ଷେପରେ

ଶିବଙ୍କ ପୂଜା ଉପାସନା ନିମନ୍ତେ ସୋମବାର, ପ୍ରତ୍ୟେକ ପକ୍ଷର ଚତୁର୍ଦ୍ଦଶୀ ତିଥି ଓ ଶିବରାତ୍ରି ସର୍ବୋକୃଷ୍ଟ । ଅନ୍ୟ ଦେବତାଙ୍କ ପୂଜା ଦିନରେ ହେଉଥିବାବେଳେ ଏହି ପର୍ବରେ ଭଗବାନ ଶିବଙ୍କର ପୂଜା ରାତିରେ ହେଇଥାଏ।

ବ୍ରତାଚାରୀମାନେ ଉକ୍ତ ଦିନରେ ଉପବାସ ରହନ୍ତି ଓ ସନ୍ଧ୍ୟାରେ ଶିବ ମନ୍ଦିର ଯାଇ ଅଖଣ୍ଡ ଦୀପ ଜାଳି ଉଜାଗର ରହନ୍ତି । ସେହି ରାତ୍ରିର ଚାରିପ୍ରହରରେ ଦୀପ ଜାଳିବା ସହିତ ଶିବଙ୍କର ପୂଜା ସହିତ ନାମ ଜପ କରାଯିବାର ବିଧି ରହିଛି । ଗୁରୁଦତ୍ତ ନାମ ଜପର ବିଧି ରହିଛି ଯିଏ ଗୁରୁ କରିନଥିବ ସେ ଶିବଙ୍କର ଅଷ୍ଟନାମ ଯଥା- ଭବ, ଶର୍ବ, ରୁଦ୍ର, ପଶୁପତି, ଉଗ୍ର, ମହାନ ଭୀମ, ଈଶାନ ମଧ୍ୟରୁ ଯେକୌଣସି ନାମ କିମ୍ବା ' ଓଁ ନମଃ ଶିବାୟ' ପଞ୍ଚାକ୍ଷର ମନ୍ତ୍ର ଜପ କରିପାରିବ ।

ଶିବରାତ୍ରିକୁ ଚାରୋଟି ପ୍ରହରରେ ସମ୍ପନ୍ନ କରାଯାଏ । ପ୍ରତ୍ୟେକ ପ୍ରହରର ସମୟ ତିନି ଘଟିକା । ପ୍ରଥମ ପ୍ରହର ବା ସନ୍ଧ୍ୟା ସମୟରେ ଶିବଲିଙ୍ଗକୁ ଦୁଗ୍ଧରେ ଅଭିଷେକ କରାଯାଏ । ଦ୍ୱିତୀୟ ପ୍ରହର ବା ସନ୍ଧ୍ୟାର ପରବର୍ତ୍ତୀ ସମୟରେ ଲିଙ୍ଗକୁ ଦହିରେ ଅଭିଷେକ କରାଯାଏ । ତୃତୀୟ ପ୍ରହର ବା ଘୋର ରାତ୍ର ସମୟରେ ଶିବଲିଙ୍ଗକୁ ମହୁରେ ଅଭିଷେକ କରାଯାଏ । ରାତ୍ରର ଶେଷ ପ୍ରହର ସମୟରେ ଶିବ ମନ୍ଦିରର ଚୁଡ଼ାଦେଶକୁ ମହାଦୀପ ଉଠାଯାଏ । ସାରା ସଂସାରରୁ ଅଜ୍ଞାନରୂପକ ଅନ୍ଧକାରକୁ ଦୂରକରି ଆଲୋକ ପ୍ରଦାନ କରିବା ହେଉଛି ମହାଦୀପ ଉଠାଣର ଉଦ୍ଦେଶ୍ୟ । ରାତ୍ରର ପ୍ରତ୍ୟେକ ପ୍ରହରରେ ଶିବଲିଙ୍ଗକୁ ପୁଷ୍ପ, ପତ୍ର ଓ ଫଳ ଆଦି ପ୍ରଦାନ କରାଯାଇ ଉପାସନା କରାଯାଏ । ଏହିଦିନ ଭଗବାନ ଶିବଙ୍କ ଉପରେ କେତକୀଫୁଲ ଚଢ଼ାଯିବାର ବିଧି ରହିଛି ।

ଏହି ଦିନ ହିନ୍ଦୁ ନରନାରୀ ଶୁଦ୍ଧପୂତ ଭାବରେ ଉପବାସ ପୂର୍ବକ ଅଖଣ୍ଡ ଦୀପ ଜାଳି ରାତ୍ରି ଉଜାଗର ରହି ବ୍ରତ ପାଳୁଥିବାରୁ ଏହାକୁ ଜାଗର ଓଷା ବା ଜାଗର ବ୍ରତ ମଧ୍ୟ କୁହାଯାଇଥାଏ । ଆତ୍ମ କଲ୍ୟାଣର ରାସ୍ତାକୁ ପରିସ୍କାର କରିବାପାଇଁ ଅଖଣ୍ଡ ସଜାଗତା ଓ ଜ୍ଞାନର ଆଲୋକ ଏ ଦୁଇଟିର ଆବଶ୍ୟକତା ରହିଛି ବୋଲି ଏଇ ପର୍ବ ଶିକ୍ଷା ଦିଏ । ମଝିରାତିକୁ ମନ୍ଦିରର ଶିଖରକୁ ବିଶାଳ ମହାଦୀପ ନିଆଯାଏ । ତାହାକୁ ଦର୍ଶନ କରି ଭକ୍ତମାନେ ବିହ୍ୱଳ ହୁଅନ୍ତି । ପରଦିନ ସ୍ନାନାଦି ସମାପନ କରି ଭକ୍ତମାନେ ସେମାନଙ୍କ ଉପବାସ ଭଙ୍ଗ କରନ୍ତି।

ଆଧାର

Tags:

ମହା ଶିବରାତ୍ରି ପୌରାଣିକ ଭିତ୍ତିଭୂମିମହା ଶିବରାତ୍ରି ଅଞ୍ଚଳମହା ଶିବରାତ୍ରି ସଂକ୍ଷେପରେମହା ଶିବରାତ୍ରି ଆଧାରମହା ଶିବରାତ୍ରିଚତୁର୍ଦ୍ଦଶୀଫାଲ୍‌ଗୁନଶିବହିନ୍ଦୁ ଧର୍ମ

🔥 Trending searches on Wiki ଓଡ଼ିଆ:

ପାଇକ ଆଖଡ଼ାସୌଭାଗ୍ୟ କୁମାର ମିଶ୍ରପ୍ରଣବ ପ୍ରକାଶ ଦାସଜୟୀ ରାଜଗୁରୁବୈଷ୍ଣବ ଚରଣ ସାମଲଧରିତ୍ରୀସ୍ତନମହାପ୍ରସାଦଯୌନ ସମ୍ଭୋଗଦ୍ଵାରକାଧୀଶ ମନ୍ଦିରଯୁକ୍ତରାଷ୍ଟ୍ର ଆମେରିକାତାଳଧ୍ୱଜକଳସା ଚଉତିଶାନେଲସନ ମଣ୍ଡେଲାପଞ୍ଚୁ ପାଣ୍ଡବ (ଓଡ଼ିଆ କଥାଚିତ୍ର)ଉଦ୍ଭିଦସରଳା ଦେବୀମସ୍କୋକାଜାଖସ୍ତାନତରୁଣକାନ୍ତି ମିଶ୍ରକବିସୂର୍ଯ୍ୟ ବଳଦେବ ରଥଭାରତୀୟ ସମ୍ବିଧାନବିରଜା ମନ୍ଦିରବିରଳା ମନ୍ଦିର, ହାଇଦ୍ରାବାଦଶନିବାରଶାସ୍ତିଏ. ପି. ଜେ. ଅବଦୁଲ କଲାମଛାରପୋକଗୋପବନ୍ଧୁ ଦାସଗୌତମ ବୁଦ୍ଧକାଶୀ ବିଶ୍ୱନାଥ ମନ୍ଦିରଗଣନ ସଂଖ୍ୟାଧର୍ମେନ୍ଦ୍ର ପ୍ରଧାନଭୂମିକମ୍ପଜଗନ୍ନାଥ ଦାସବ୍ରଜରାଜନଗର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)୨୦ ଅଗଷ୍ଟଟିଣହରିପ୍ରସାଦ ଚୌରାଶିଆସତ୍ୟନାରାୟଣ ରାଜଗୁରୁବାରବାଟି ଦୁର୍ଗଆର୍ଯ୍ୟଭଟ୍ଟପ୍ରସନ୍ନ କୁମାର ପଣ୍ଡାରାମ ନବମୀଓଡ଼ିଆ ମସଲାର ଇଂରାଜୀ ପ୍ରତିଶବ୍ଦତ୍ରିଭୁଜମଧୁସୂଦନ ଦାସପୁଥୁପ୍ପାଲ୍ଲୀ, କୋଟ୍ଟାୟାମ୪ (ସଂଖ୍ୟା)ପୁନମ ମିଶ୍ରଗ୍ରହଇନ୍ଦିରା ଗାନ୍ଧୀରବର୍ଟ ହିଲ୍ମହାବିଦ୍ୟାଗାଲୁଆଦ୍ୱିତୀୟ ବିଶ୍ୱଯୁଦ୍ଧରାଧାନାଥ ରଥଆନ୍ଧ୍ର ପ୍ରଦେଶନିତ୍ୟାନନ୍ଦ ଶତପଥୀଓଡ଼ିଆ କାବ୍ୟ କବିତାଓଡ଼ିଆ କଥାଚିତ୍ର ଜଗତଥାଲକୁଡ଼ିଓଡ଼ିଆ ଖାଦ୍ୟଚିଲିକା (କବିତା)ଧାମନଗର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)ବିଜୁ ଜନତା ଦଳପଞ୍ଚସଖାଟ୍ରାଲୋକିନୁମାବ🡆 More