ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ ।
ଶ୍ରୀ ଅରବିନ୍ଦ | |
---|---|
ଜନ୍ମ ତାରିଖ | ୧୫ ଅଗଷ୍ଟ ୧୮୭୨ |
ଜନ୍ମସ୍ଥାନ | କଲିକତା, (ତତ୍କାଳୀନ ବ୍ରିଟିଶ ଶାସନାଧୀନ ଭାରତ) |
ଜନ୍ମ ନାମ | ଅରବିନ୍ଦ ଅକରୟେଡ ଘୋଷ |
ତିରୋଧାନ | ୫ ଡିସେମ୍ବର ୧୯୫୦ | (ବୟସ ୭୮)
ତିରୋଧାନ ସ୍ଥାନ | ପଣ୍ଡିଚେରୀ, ପୁଡୁଚେରୀ, ଫରାସୀ ଶାସିତ ଭାରତ |
ଖ୍ୟାତ | ଯୋଗୀ, କବି, ସ୍ୱାଧୀନତା ସଂଗ୍ରାମୀ |
ରଚନାବଳୀ | ଲାଇଫ ଦିଭାଇନ୍, ସାବିତ୍ରୀ, ସିନ୍ଥେସିସ ଅଫ ଯୋଗ |
ବାଣୀ | The Spirit shall look out through Matter's gaze. And Matter shall reveal the Spirit's face.' |
ବେବସାଇଟ | http://www.sriaurobindoashram.org/ |
ଦସ୍ତଖତ |
ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ।
ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା।
The one aim of [my] yoga is an inner self-development by which each one who follows it can in time discover the One Self in all and evolve a higher consciousness than the mental, a spiritual and supramental consciousness which will transform and divinize human nature[ଆଧାର ଲୋଡ଼ା]
— Sri Aurobindo On Himself
Sri Aurobindo ବାବଦରେ ଉଇକିମିଡ଼ିଆର ସହଯୋଗୀ ପ୍ରକଳ୍ପଗୁଡ଼ିକରୁ ଅଧିକ ଜାଣନ୍ତୁ: | |
ଉଇକିଅଭିଧାନରେ ଶବ୍ଦାର୍ଥମାନ ଖୋଜନ୍ତୁ | |
କମନ୍ସରେ ଛବି ଓ ମିଡ଼ିଆସବୁ ଖୋଜନ୍ତୁ | |
ଉଇକିମହାବିହାରରେ ଶିକ୍ଷଣ ଆଧାରମାନ ଖୋଜନ୍ତୁ | |
ଉଇକିସମ୍ବାଦରେ ସମ୍ବାଦ ଲେଖାମାନ ଖୋଜନ୍ତୁ | |
ଉଇକିକଥାରୁ ଢଗଢମାଳି ଓ କଥାମାନ | |
ଉଇକିଉତ୍ସରୁ ମୂଳାଧାର ଲେଖାମାନ | |
ଉଇକିପୋଥିରେ ପଢ଼ାବହିମାନ |
ଛାଞ୍ଚ:ସ୍ୱାମୀ ବିବେକାନନ୍ଦ
This article uses material from the Wikipedia ଓଡ଼ିଆ article ଶ୍ରୀ ଅରବିନ୍ଦ, which is released under the Creative Commons Attribution-ShareAlike 3.0 license ("CC BY-SA 3.0"); additional terms may apply (view authors). ଦର୍ଶାଯାଇନଥିଲେ ସମସ୍ତ ବିଷୟବସ୍ତୁ CC BY-SA 4.0 ରେ ଉପଲବ୍ଧ । Images, videos and audio are available under their respective licenses.
®Wikipedia is a registered trademark of the Wiki Foundation, Inc. Wiki ଓଡ଼ିଆ (DUHOCTRUNGQUOC.VN) is an independent company and has no affiliation with Wiki Foundation.